ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନଭେମ୍ବର ୨୯ ରାଶିଫଳ: ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ମେଷ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ମୂଲ୍ୟବାନ ପଦାର୍ଥ ନଷ୍ଟ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିପଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସଙ୍କଟ ଉପୁଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଦ୍ୱିଜା ମେଷ ଓ ଯାହାର ପ୍ରଥମ ନାମାକ୍ଷର ଲି, ଲୁ, ଲେ, ଲୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ଶୁଭସଂଖ୍ୟା: ୧୧, ଆରାଧନା : ମା’ ଚଣ୍ଡୀ ।

ବୃଷ: ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ଏବଂ ସଦ୍ଦିଚ୍ଛା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୪, ଆରାଧନା: ମା’ କମଳା ।

ମିଥୁନ: କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କର୍ମ ସଫଳତାର ସହ ସମ୍ପାଦନ କରିବେ । ଶୁଭରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

କର୍କଟ: ଏକାଦଶ ଚନ୍ଦ୍ର, ମଙ୍ଗଳବାର ଏବଂ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ଅବସ୍ଥାରେ କିଛିଟା ସୁଧାର ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ: ଦଶମ ଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ ବ୍ୟବହାର ମାର୍ଜିତ ଏବଂ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ମଘା ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୩, ଆରାଧନା : ମା’ ମାତଙ୍ଗୀ ।

କନ୍ୟା: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଧାର୍ମିକ କର୍ମରେ ବିଘ୍ନ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବାଧାବିଘ୍ନ ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ଓ ଯାହାର ପ୍ରଥମ ନାମାକ୍ଷର ପୁ, ଷ, ଣ, ଠ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୧୨, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଅଷ୍ଟମ ଚନ୍ଦ୍ର, ମଙ୍ଗଳବାର ଏବଂ ଅପରାହ୍ଣ ୧ଟା ୩୧ ମିନିଟ୍‌ ପରେ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ, ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଚିତ୍ରା ତୁଳା ଓ ଯାହାର ପ୍ରଥମ ନାମାକ୍ଷର ରା, ରି, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ୍ର ହେବ । ବାଦବିବାଦ ଏବଂ ଅପରିଚିତ ମହିଳାଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ପରିଚିତ ମହିଳାଙ୍କ ଯୋଗୁ ଧନକ୍ଷତି ଏବଂ ତାଙ୍କଠାରୁ ଅପମାନ ମିିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ସହ ବିବାଦ ହେବ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଷଷ୍ଠ ଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ବଚନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ମୂଳା ଧନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ମକର : ଘାତବାର, ଘାତ ନକ୍ଷତ୍ର ଏବଂ ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନଠାରୁ ଅପମାନ ପାଇବେ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କଠାରୁ ଅପମାନ ମିଳିପାରେ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖୋ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ : ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଆର୍ଥିକ ସ୍ଥିତିରେ ଉନ୍ନତି ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ରାଜନୈତିକ ବ୍ୟକ୍ତିଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟ ପାଇଁ ଯୋଜନା କରିବେ । କର୍ମରେ ସଫଳତା ଓ ଉଚ୍ଚ ପ୍ରଶଂସିତ ହେବେ । ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ ରହିବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

ମୀନ : ତୃତୀୟ ଚନ୍ଦ୍ର ଏବଂ ଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଏବଂ ମଙ୍ଗଳବାର ଯୋଗୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ କିମ୍ବା ସନ୍ତାନସନ୍ତତିଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ତାରା । 

 ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଗକ୍ଟଭ.: ୯୪୩୭୧୩୩୪୭୩

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.