ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଜେଲରୁ ବାହାରିବେ ବ୍ଲାକ୍‌ମେଲିଂ କୁଇନ୍ ଅର୍ଚ୍ଚନା ନାଗ, ସର୍ତ୍ତମୂଳକ ଜାମିନ ଦେଲେ ହାଇକୋର୍ଟ

ଭୁବନେଶ୍ୱର ୦୬।୧୨ : ୧୪ ମାସ ପରେ ଜେଲରୁ ବାହାରି ପାରନ୍ତି ଅର୍ଚ୍ଚନା ନାଗ। ଇଡି ମାମଲାରେ ହାଇକୋର୍ଟ ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ୍‌ ପ୍ରଦାନ କରିଛନ୍ତି । ପୂର୍ବରୁ ଆଉ ଏକ ମାମଲାରେ ତାଙ୍କୁ ଜାମିନ ମିଳି ସାରିଛି।

ସୂଚନା ଅନୁଯାୟୀ, ବହୁ ଚର୍ଚ୍ଚିତ ହନିଟ୍ରାପ୍ ମାମଲାରେ ବ୍ଲାକ୍‌ମେଲିଂ କୁଇନ୍ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଛି। ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସାକ୍ଷୀଙ୍କୁ ପ୍ରଭାବିତ ନକରିବା, ପ୍ରମାଣ ନଷ୍ଟ ନକରିବା ଏବଂ ପ୍ରତି ତାରିଖରେ କୋର୍ଟରେ ହାଜର ହେବା ଲାଗି ସର୍ତ୍ତ ରଖିଛନ୍ତି କୋର୍ଟ। ତେବେ ପୂର୍ବରୁ ଅର୍ଚ୍ଚନାଙ୍କୁ ଅନ୍ୟ ଦୁଇଟି ମାମଲାରେ ଜାମିନ ମିଳି ସାରିଛି। ମୋଟ ୩ଟି ମାମଲାରେ ସେ ଜାମିନ ପାଇ ସାରିଛନ୍ତି। 

ସୂଚନାଯୋଗ୍ୟ ଯେ, ଅର୍ଚ୍ଚନା ନାଗ ବହୁ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ ସେମାନଙ୍କ ଠାରୁ କୋଟି କୋଟି ଟଙ୍କାର ଠକେଇ କରିଥିଲେ। ଏଥିରେ ତାଙ୍କୁ ସହଯୋଗ କରୁଥିଲେ ସ୍ଵାମୀ ଜଗବନ୍ଧୁ । ଏମିତି ଅଭିଯୋଗ ଆସିବା ପରେ ତାଙ୍କୁ ଏବଂ ତାଙ୍କ ସ୍ଵାମୀଙ୍କୁ ଗିରଫ କରାଯାଇଥିଲା। ଏ ନେଇ ଅଧିକ ଖୋଳତାଡ ଆରମ୍ଭ କରିଥିଲା କମିଶନରେଟ୍ ପୋଲିସ । ପରେ ସହଯୋଗୀ ଖଗେଶ୍ବରଙ୍କୁ ମଧ୍ୟ ବାନ୍ଧିଥିଲା ପୋଲିସ । ଏହି ମାମଲାର ତଦନ୍ତ ଦାୟିତ୍ଵ ଇଡି ହାତଲୁ ନେଇଥିଲା। ନିଜ ସମ୍ପତ୍ତିର ହିସାବ ଦେଇ ନପାରିବାରୁ ଅର୍ଚ୍ଚନା, ଜଗବନ୍ଧୁଙ୍କ ବିଳାସପୂର୍ଣ୍ଣ କୋଠା ସମେତ ଖଗେଶ୍ୱରଙ୍କ କୋଠାକୁ ମଧ୍ୟ ଇଡି ଜବତ କରିଥିଲା । ଅର୍ଚ୍ଚନା ନାଗଙ୍କ ସମେତ ସ୍ୱାମୀ ଜଗବନ୍ଧୁ ଚାନ୍ଦ ଏବଂ ସହଯୋଗୀ ଖଗେଶ୍ୱର ଏବେ ଝାରପଡା ଜେଲ୍‌ରେ ଅଛନ୍ତି।

Also Read :-

ପ୍ରେମ ପାଇଁ ଜୀବନ ହାରିଛନ୍ତି ୨୭ ଜଣ, ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା ୮୮% କମିଛି



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.