ଭୁବନେଶ୍ଵର, ୦୩/୦୩ : ରାସ୍ତାକଡ଼ରୁ ରକ୍ତାକ୍ତ ମୃତଦେହ ଉଦ୍ଧାର। ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ। ଗଜପତି ଜିଲ୍ଲା ଅଡବା ଥାନା ତୁଆବାଡ଼ି ଗାଁରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ମୃତକ ଜଣଙ୍କ ତୁଆବାଡ଼ି ଗାଁର ତିରିସା ମୁଠାମାଝୀ (୪୫ ବର୍ଷ) ବୋଲି ଜଣାପଡ଼ିଛି।
ସୂଚନାନୁଯାୟୀ, ରବିବାର ତିରିଶା ମୁଠାମାଝୀ କୌଣସି କାମରେ ନିଜ ବାଇକରେ ପାଣିଗଣ୍ଡା ଯାଇଥିଲେ । ବିଳମ୍ବିତ ରାତି ଯାଏଁ ସେ ଘରକୁ ନଫେରିବାରୁ ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ । ତଥାପି ତାଙ୍କୁ ପାଇନଥିଲେ । ସୋମବାର ଦିନ ସକାଳ ସମୟରେ କଟାମା ଗାଁ ନିକଟରୁ ବାଇକ୍ ମିଳିଥିଲା ଏବଂ ବାଇକ୍ ନିକଟର ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡିଥିଲା । ଯାହାକୁ ଦେଖି ସ୍ଥାନୀୟ ଲୋକେ ତାଙ୍କ ପରିବାରକୁ ଖବର ଦେଇଥିଲେ । ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ତିରିସା ଗତ ବର୍ଷ ସିମନ ମାଝୀ ହତ୍ୟା ଘଟଣାରେ ସାକ୍ଷୀ ଥିଲେ। ତେଣୁ ପୂର୍ବ ଶତ୍ରୁତାରୁ ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ହତ୍ୟା ପରେ ତାଙ୍କୁ ନିଜ ବାଇକରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ଆଣି ଗାଁ ଠାରୁ ପ୍ରାୟ ୩ କିଲୋମିଟର କଟାମା ଗାଁ ନିକଟରେ ପିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
ଏହି ଖବରଟିକୁ ପଢନ୍ତୁ-ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ହୋଇ ଏକ ମାସର ଶିଶୁକୁ ୪୦ରୁ ଉର୍ଦ୍ଧ୍ୱ ଚେଙ୍କ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି