ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

୩ରୁ ବର୍ଷା... ୫ରୁ ଅଧିକ ବର୍ଷିବ, ଦକ୍ଷିଣ ଓ ଉପକୂଳରେ ବେଶି ବର୍ଷିପାରେ

ଭୁବନେଶ୍ୱର, ୧/୧୨ : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଆସନ୍ତା ୪ ତାରିଖ ଭୋର ସୁଦ୍ଧା ଏହା ଉତ୍ତର ତାମିଲନାଡ଼ୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖରେ ପହଞ୍ଚିବା ଅନୁମାନ କରାଯାଉଛି । ଏହା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ନେଇ କିଛି ସ୍ପଷ୍ଟ ଆକଳନ କରାଯାଇନି । ଓଡ଼ିଶା ପାଇଁ ପୂର୍ବାନୁମାନ ହେଲା- ସମ୍ଭାବ୍ୟ ବାତ୍ୟା ଯୋଗୁ ଆସନ୍ତା ୩ ତାରିଖରୁ ରାଜ୍ୟରେ ପାଗ ବଦଳିବା ସହ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ । ୫ରୁ ୭ ଯାଏଁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ । 

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଆକଳନ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତ (ଡିପ୍ରେସନ) ସୃଷ୍ଟି ହେବ । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ମୁହାଁଇ ୩ ତାରିଖବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ରୂପ ନେବ । ଏହାପରେ ଉତ୍ତର-ପଶ୍ଚିମ ଦିଗରେ ମୁହାଁଇ ୪ ତାରିଖ ଭୋରବେଳକୁ ଉତ୍ତର ତାମିଲନାଡ଼ୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବା ଅନୁମାନ କରାଯାଉଛି । ଏହାପରେ ସମ୍ଭାବ୍ୟ ବାତ୍ୟା କୁଆଡ଼େ ଗତି କରିବ, ଅଧିକ ବଳ ଜୁଟାଇବ ନା ଦୁର୍ବଳ ହେବ, ସେ ନେଇ ସ୍ପଷ୍ଟ ଆକଳନ କରାଯାଇନି । ତଥାପି କେତେକ ମଡେଲ୍‌ ଅନୁସାରେ ଏହା ଦିଗ ବଦଳାଇ ଆନ୍ଧ୍ରରେ ମାଡ଼ ହୋଇପାରେ । ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି, ଓଡ଼ିଶାରେ ୩ରୁ ପାଗ ବଦଳିବ । ୪ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ।

  • prameyanews
  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.