ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ରାଜଘାଟ ଠାରେ ଉଗ୍ର ହେଉଛି ସୁବର୍ଣ୍ଣରେଖା; ବିପଦ ସଂକେତ ଟପିଲା ବନ୍ୟାଜଳ

Published By : Harapriya Sethi | June 30, 2025 7:45 AM

ଜଳେଶ୍ୱର, ୩୦/୦୬: ସୁବର୍ଣ୍ଣରେଖା ନଦୀରେ ଦ୍ଵିତୀୟ ଥର ପାଇଁ ବନ୍ୟା ଦେଖାଦେଇଛି । ଉପର ମୁଣ୍ଡରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ବାଲେଶ୍ବର ରାଜଘାଟ ଠାରେ ବିପଦ ସଂକେତ ୧୦.୩୬ ମିଟର ଥିଲା ବେଳେ ସକାଳ ୬ଟା ସୁଦ୍ଧା ବନ୍ୟା ପାଣି ୧୧.୩୨ ମିଟରରେ ପ୍ରବାହିତ ହେଉଛି । ଯାହା ଫଳରେ ବାଲିଆପାଳ ବ୍ଲକର ୬ଟି ପଞ୍ଚାୟତର ୨୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡିଛି । 

ସେପଟେ ଜଳକା ନଦୀରେ ମଧ୍ୟ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି । ମାଥାନି ଠାରେ ବିପଦ ସଂକେତ ୬.୫୦ମିଟର ଥିବା ବେଳେ ସୋମବାର ସକାଳ ୬ଟା ସୁଦ୍ଧା ଜଳସ୍ତର ୬.୯୦ମିଟରରେ ପ୍ରବାହିତ ହେଉଛି । ଯାହା ଫଳରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.