ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଏହି ଦେଶକୁ ମିଳିଲା ସ୍ବତନ୍ତ୍ର ସୁବିଧା; ପ୍ରତିବନ୍ଧକ ପରେ ବି ମିଳିବ ଭାରତରୁ ଚାଉଳ

image courtesy: TV9

ନୂଆଦିଲ୍ଲୀ,୩୦/୦୮: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ଏବଂ ଘରୋଇ ବଜାରର ଚାହିଦା ପୂରଣ ପାଇଁ ଚାଉଳର ପର୍ଯ୍ୟାପ୍ତ ଉପଲବ୍ଧତାକୁ ସୁନିଶ୍ଚିତ କରିବା ପାଇଁ ଭାରତ ସରକାର ଜୁନ୍ ମାସରୁ ଚାଉଳ ରପ୍ତାନି ଉପରେ ଅନେକ ପ୍ରତିବନ୍ଧକ ଲଗାଇଛନ୍ତି। ଗତ ସପ୍ତାହରେ ସରକାର ବାସୁମତି ଚାଉଳ ରପ୍ତାନି ଉପରେ ଏକ ନୂତନ ନିଷେଧାଦେଶ ଘୋଷଣା କରିଥିଲେ। ତେବେ ଏହାରି ଭିତରେ ସରକାର ସିଙ୍ଗାପୁରକୁ ସ୍ୱତନ୍ତ୍ର ସୁବିଧା ଦେବା ଏବଂ ପ୍ରତିବନ୍ଧକରୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। 

ଏ ସମ୍ପର୍କରେ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଜାରୀ କରାଯାଇଥିବା ଏକ ତାଜା ଅପଡେଟ୍‌ରେ କୁହାଯାଇଛି ଯେସିଙ୍ଗାପୁର ସହିତ ସୁସମ୍ପର୍କକୁ ନଜରରେ ରଖି ଭାରତ ଏହାକୁ ଚାଉଳ ରପ୍ତାନୀ କରିବାକୁ ନିଷ୍ପତ୍ତି ନେଇଛି।ଯାହାଫଳରେ ସିଙ୍ଗାପୁରର ଖାଦ୍ୟ ସୁରକ୍ଷା ଆବଶ୍ୟକତା ପୂରଣ ହୋଇପାରିବ ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି। ମଙ୍ଗଳବାର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚିଙ୍କୁ ଏ ବିଷୟରେ ପ୍ରଶ୍ନ ପଚରାଯାଇଥିଲା। ଏ ସମ୍ପର୍କରେ ଖୁବ ଶୀଘ୍ର ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯିବ ବୋଲି ସେ କହିଛନ୍ତି।

ମୁଖପାତ୍ର କହିଛନ୍ତି ଯେ ଦୁଇ ଦେଶର ଗଭୀର ରଣନୀତିକ ଭାଗିଦାରୀ ରହିଛି ଏବଂ ଅର୍ଥନୈତିକ ସମ୍ପର୍କ ମଧ୍ୟ ଗଭୀର ଅଟେ। ଉଭୟ ଦେଶର ସ୍ୱାର୍ଥ ପରସ୍ପର ସହ ନିବିଡ଼ ଭାବରେ ଜଡ଼ିତ ଏବଂ ଦୁଇ ଦେଶ ମଧ୍ୟରେ ଲୋକଙ୍କ ସମ୍ପର୍କ ମଧ୍ୟ ଭଲ ଅଟେ। ଏହି ବିଶେଷ ସମ୍ପର୍କକୁ ଧ୍ୟାନରେ ରଖି ଭାରତ ଖାଦ୍ୟ ସୁରକ୍ଷା ଆବଶ୍ୟକତାକୁ ପୂରଣ କରିବା ପାଇଁ ସିଙ୍ଗାପୁରକୁ ଚାଉଳ ରପ୍ତାନି କରିବାକୁ ନିଷ୍ପତ୍ତି ନେଇଛି।

You can also read: 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.