ପ୍ରମୂଖ ଖବର
  • ସମ୍ୱଲପୁର : ଯକୃତ ଦାନ କରିଥିଲେ ବଡ଼ ଯାଆ, ସେପଟିକ୍ ହେବାରୁ ଆଖି ବୁଜିଦେଲେ ସାନ ଯାଆ
  • ||
  • ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ,ଜଣେ ଯବାନ ଗୁରୁତର
  • ||
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାରସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ, ୮ ଜଣଙ୍କୁ ବାନ୍ଧିଲା ପୋଲିସ

Published By : Harapriya Sethi | February 1, 2025 10:39 AM

ଭୁବନେଶ୍ୱର,୦୧/୦୨: କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି । ଧର୍ମଗଡ଼ ଥାନା ପୋଲିସ ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମାରଣାସ୍ତ୍ର ଆଦି ଜବତ କରିଛି । ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି । ଗିରଫ ଅଭିଯୁକ୍ତ ମାନେ ଝାଡଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର ଅନସାରୀ, ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ, ବାସୁଦେବ ଗୋପେ, ପିଣ୍ଟୁ, ଆଲିମ୍,ଅନୁଜ କୁମାର ବୋଲି ଜଣାପଡ଼ିଛି । କଳାହାଣ୍ଡି ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଡିସେମ୍ୱର ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ଦଳ ସଙ୍ଗଠିତ ହୋଇଥିଲା। ବିଳମ୍ବିତ ରାତିରେ ପ୍ରାୟ ୮ ଜଣ ଡକାୟତ ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ । ସେଠାରେ ବନ୍ଧୁକ ଏବଂ ମରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ । ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା । ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇଥିଲା। ଡକାୟତି କରିବା ପରେ ଅଭିଯୁକ୍ତମାନେ ଜେଏଚ୍‌୧୦ଏପି୪୮୧୭ ନମ୍ବର ବିଶିଷ୍ଟ ବୋଲେରୋ ଗାଡ଼ିରେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ଅନୁସନ୍ଧାନ ସମୟରେ ଅପରାଧରେ ବ୍ୟବହୃତ ଗାଡିକୁ ଝାଡ଼ଖଣ୍ଡରେ ଚିହ୍ନଟ କରାଯାଇ ଠାବ କରାଯାଇଥିଲା।

ଏହି ଘଟଣାର ତଦନ୍ତ କରିବା ବେଳେ ସ୍ଥାନୀୟ ପୋଲିସ ଦୁଇ ଅଭିଯୁକ୍ତ ସିରାଜ ଆନସାରୀ ଏବଂ କାମେଶ୍ୱର ଯାଦବକୁ ସଙ୍ଗେ ସଙ୍ଗେ ଗିରଫ କରିଥିଲା । ଅନ୍ୟ ଅଭିଯୁକ୍ତ ମାନେ ଝାଡ଼ଖଣ୍ଡ ଅଭିମୁଖେ ଫେରାର ହୋଇଥିବା ସମ୍ପର୍କରେ ପୋଲିସ ସୂଚନା ପାଇଥିଲା। ତେବେ ବର୍ତ୍ତମାନ ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି।

ମୃତଦେହ ଆଣିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ମୃତ, ଜଣେ ଗୁରୁତର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.