ପ୍ରମୁଖ ଖବର
  • ପାଲଲହଡ଼ା: ୭ ଦଫା ଦାବି ନେଇ ରେଙ୍ଗାଳି ବୁଡ଼ି କ୍ଷତିଗ୍ରସ୍ତ ପ୍ରଜାଙ୍କ ଜଳ ସତ୍ୟାଗ୍ରହ ଆନ୍ଦୋଳନ
  • ||
  • ଘଟଗାଁ ଦୁର୍ଘଟଣାରେ ୮ ଜଣଙ୍କ ମୁତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା
  • ||
  • କୁଚିଣ୍ଡା: ଭାଙ୍ଗିବା ବେଳେ ମାଡ଼ି ବସିଲା ପୁରୁଣା କାନ୍ଥ, ଚାଲିଗଲା ମାଲିକଙ୍କ ସହ ଶ୍ରମିକଙ୍କ ଜୀବନ
  • ||
  • ରାୟପୁର: ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟି-ଟ୍ୱେଣ୍ଟି, ସିରିଜ୍ ଜିତିବା ଲକ୍ଷ୍ୟରେ ସୂର୍ଯ୍ୟ ବାହିନୀ
  • ||
  • ଘଟଗାଁ: ମା’ ତାରିଣୀଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଦୁର୍ଘଟଣା, ଟ୍ରକକୁ ପିଟିଲା ଭ୍ୟାନ ୮ ମୃତ, ୭ ଆହତ
  • ||
  • ଜେରୁଜେଲମ୍: ଯୁଦ୍ଧ ବିରତି ଶେଷ, ଗାଜାରେ ପୁଣି ଥରେ ଗ୍ରାଉଣ୍ଡ ଅପରେସନ୍ ଆରମ୍ଭ କଲା ଇସ୍ରାଏଲ୍ ଡିଫେନ୍ସ ଫୋର୍ସ
  • ||

କ୍ରିକେଟ ଖେଳ ହେଲା କାଳ : ହାରିଲା ଭାରତ ଜୀବନ ହାରିଲେ ଯୁବକ

ବିଞ୍ଝାରପୁର,୨୦/୧୧ : କ୍ରିକେଟ ଖେଳ ହେଲା କାଳ। ଭାରତର ପରାଜୟକୁ ସହି ପାରିଲେନି ଯୁବକ । ଜୀବନ ହାରିଲେ ୨୩ବର୍ଷୀୟ ଯୁବକ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରୀ ପଞ୍ଚାୟତ କୁଳସାହି ଗାଁରେ । 

ଗ୍ରାମର ନୀଳମଣି ଦାସଙ୍କ ସାନ ପୁଅ ଦେବରଞ୍ଜନ ଦାସଙ୍କ ମୃତଦେହ ପଡ଼ୋଶୀ ଛାତରେ ଥିବା ଏକ ରଡ଼ରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା । ପରିବାର ବର୍ଗ ଜରି ବିଟ ହାଉସକୁ ଖବର ଦେଇଥିଲେ ଖବରପାଇ ଜରି ବିଟ ହାଉସର ଅଧିକାରୀ ପହଞ୍ଚି ଶବ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଦେବରଞ୍ଜନ ମଧ୍ୟ ମାନସିକ ବିକାରଗସ୍ତ ଥିବା ପରିବାର ଲୋକେ ସୂଚନା ଦେଇଛନ୍ତି । ସେ କ୍ରିକେଟ ପ୍ରେମୀ ଥିବା ବେଳେ କାଲି ଭାରତର ପରାଜୟ ସହି ନ ପାରି ଏପରି କରିଥିବା ପରିବାର ବର୍ଗଙ୍କ ପକ୍ଷରୁ ସୂଚନା ମିଳିଛି । 

 

Copyright © 2022 - Summa Real Media Private Limited. All Rights Reserved.