ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଘଟଗାଁ ଦୁର୍ଘଟଣାରେ ୮ ଜଣଙ୍କ ମୁତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ୱର, ୦୧/୧୨: ମା ତାରିଣୀ ଦର୍ଶନ ଲାଗି ଘଟଗାଁ ଯିବା ବେଳେ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁରେ ଗଭୀକ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ   ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ  ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଅଧାରେ ରହିଗଲା ତାରିଣୀ ଦର୍ଶନ, ଟ୍ରକକୁ ପଛ ପଟୁ ଧକ୍କା ଦେଲା ଭ୍ୟାନ୍‌, ୭ ମୃତ

ଭ୍ୟାନ୍-ଟ୍ରକ୍ ଦୁର୍ଘଟଣାରେ ଆହତ ୧୨ ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେବା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସମସ୍ତ ମୃତାହତ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳର ହୋଇଥିବା ଜଣାପଡ଼ିଛି ।

ଶୁକ୍ରବାର ସକାଳେ ଘଟଗାଁ ମା ତାରିଣୀଙ୍କ ଦର୍ଶନ ଲାଗି ଏକ ଭ୍ୟାନରେ ଏମାନେ ଯାଉଥିଲେ । କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥ ବାଲିଯୋଡ଼ି ଗାଁ ନିକଟରେ ଏକ ଟ୍ରକକୁ ଭ୍ୟାନଟି ପଛ ପଟୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ଉଦ୍ଧାର କରି ମେଡିକାଲ୍ ପଠାଇ ଥିଲେ ।

ଭାଙ୍ଗିବା ବେଳେ ମାଡ଼ି ବସିଲା ପୁରୁଣା କାନ୍ଥ, ଚାଲିଗଲା ମାଲିକଙ୍କ ସହ ଶ୍ରମିକଙ୍କ ଜୀବନ

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.