ପ୍ରମୁଖ ଖବର
  • ଭୁବନେଶ୍ଵର : ରାଜଧାନୀରେ ଲୁଟ୍ ରୋକିବାକୁ ପୋଲିସର ନୂଆ ଷ୍ଟ୍ରାଟେଜି, ଆପାର୍ଟମେଣ୍ଟକୁ ଯାଇ ଲୋକଙ୍କୁ କରିବ ସଚେତନ
  • ||
  • ଆଇଜଲ : ମିଜୋରାମ ବିଧାନସଭା ନିର୍ବାଚନ: ୮ରେ ଶପଥ ନେବେ ଲାଲଦୁହୋମା
  • ||
  • ନୀଳଗିରି : ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଭୁବନେଶ୍ଵର : ମିଗଜାଉଁ ବଳ କମିଲା, ଦକ୍ଷିଣ ଓ ପଶ୍ଚିମରେ ଅଳ୍ପ ବର୍ଷା ସମ୍ଭାବନା
  • ||
  • କଟକ : ସରିଲା ବାଲିଯାତ୍ରା, ୯ ଦିନରେ ମେଳା ବୁଲିଲେ ୬୦ ଲକ୍ଷରୁ ଅଧିକ
  • ||

ଆଜିଠୁ ବିଧାନସଭାର ଶୀତ ଅଧିବେଶନ, ଡିସେମ୍ବର ୩୦ ତାରିଖ ଯାଏଁ ଚାଲିବ

ଭୁବନେଶ୍ୱର,୨୧/୧୧: ଆଜିଠୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଶୀତ ଅଧିବେଶନର ଶେଷ ଦିନ ଡିସେମ୍ବର ୩୦ ତାରିଖ ଧାର୍ଯ୍ୟ ହୋଇଛି । ଏହି ଲମ୍ବା ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିଛି । ଆଗାମୀ ନିର୍ବାଚନ ପୂର୍ବରୁ ଏହା ହେବ ବିଧାନସଭାର ଶେଷ ପୂର୍ଣ୍ଣାଙ୍ଗ ଅଧିବେଶନ ।

ବିଧାନସଭାର ସୁପରିଚାଳନା ପାଇଁ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ସୋମବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୃହ ଯେପରି ସୁରୁଖୁରୁରେ ଚାଲିପାରିବ, ସେଥିପାଇଁ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି । ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ବ ଅଧିବେଶନ ଯେଉଁ ସବୁ ବ୍ୟବସ୍ଥା ଥିଲା, ଏଥର ବି ପ୍ରାୟତଃ ତାହା ବଳବତ୍ତର ରହିବ । 

ନିର୍ବରଚନକୁ ପ୍ରାୟ ୪/୫ ମାସ ବାକି ରହିଛି । ତେଣୁ ଚଳିତ ଅଧିବେଶନ ଉପରେ ପୂରା ରାଜ୍ୟର ନଜର ରହିବ । ଏହି ଅଧିବେଶନ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାରିତ କରିବାକୁ ପ୍ରୟାସ କରିବେ । ଅପରପକ୍ଷରେ ବିରୋଧୀ  ଦଳ ବିଧାନସଭାରେ ସରକାରଙ୍କୁ ଘେରିବାକୁ ଜୋରଦାର ରଣନୀତି ଚଳାଇଛନ୍ତି । ଶାସକ ଦଳ ମଧ୍ୟ ପାଲଟା ଜବାବ ଦେବା ଯୋଜନାରେ ରହିଛି । ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ମଙ୍ଗଳବାର ଉପବାଚସ୍ପତି ନିର୍ବାଚନ ପାଇଁ ଔପଚାରିକ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ପ୍ରଥମ ଦିନରେ ପୂର୍ବାହ୍ନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବ । ପ୍ରଥମେ ଦିବଂଗତ ସଦସ୍ୟମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହେବା କାର୍ଯ୍ୟକ୍ରମ ରହିଛି ।

Copyright © 2022 - Summa Real Media Private Limited. All Rights Reserved.