ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଚାଲାଣବେଳେ ମାଡ଼ି ବସିଲା ପୋଲିସ : କାର୍ ସହ ୧୬କିଲୋ ଗଞ୍ଜେଇ ଜବତ, ଦୁଇ ଗିରଫ

ଫିରିଙ୍ଗିଆ,୨୮/୫ :  କିଛିଦିନର ନୀରବତା ପରେ ପୁଣି ଫିରିଙ୍ଗିଆ ପୋଲିସ ଏକ କାର୍ ସହ ୧୬କିଲୋ ଦୁଇ ସହ ଗ୍ରାମ ଗଞ୍ଜେଇ ଜବତ କରିଥିବାବେଳେ ଡ୍ରାଇଭର ସହ ଦୁଇ ଜଣ ମାଫିଆକୁ ଗିରଫ କରି କୋର୍ଟ ଚାଲାଣ କରିଛି  I ତେବେ ଗିରଫ ହୋଇଥିବା ଦୁଇ ଜଣ ହେଲେ ଫିରିଙ୍ଗିଆ ଥାନା ବନ୍ଧଗଡ଼ ଗାଁର ବିଶ୍ୱନାଥ ସାହୁ ଏବଂ  ତରୁଣ ପ୍ରଧାନ ବୋଲି ଜଣାପଡିଛି  I 

ସୂଚନା ଅନୁସାରେ ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ସୂତ୍ରରୁ ଖବରପାଇ ଫିରିଙ୍ଗିଆ ଥାନାରେ କାର୍ଯ୍ୟରତ ଏସଆଇ ଅଜୟ ସାହୁଙ୍କ ସହ ଏକ ଟିମ୍ ବନ୍ଧଗଡ଼ଠାରୁ ଗୁଟିଙ୍ଗିଆକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଜୋକେ ଛକ ନିକଟରେ କାର ଟିକୁ କାବୁ କରିବାରେ ସଫଳ ହୋଇଥିଲେ I ଘଟଣାସ୍ଥଳରେ କାରଟିକୁ ଯାଞ୍ଚ କରିବା ସମୟରେ ସେଥିରୁ ୧୬କିଲୋ ଦୁଇ ଶହ ଗ୍ରାମ୍ ଗଞ୍ଜେଇ ବାହାରିଥିଲା I ପରେ ପୋଲିସ କାରର ଡ୍ରାଇଭର ସହ ଦୁଇ ଜଣ ଚାଲାଣକାରୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା I ଏହି ଗଞ୍ଜେଇ ଚାଲାଣରେ ଜବତ ହୋଇଥିବା କାରଟି ଫିରିଙ୍ଗିଆ ଥାନା କରଣ୍ଡାଗଡ଼ ଅଂଚଳର ବୋଲି ସୂଚନା ମିଳିଥିବାବେଳେ କାରର ମାଲିକଙ୍କ ମଧ୍ୟ୍ୟ ଏଥିରେ ସମ୍ପୃକ୍ତି ଥିବା ପୋଲିସ ଜାଣିବାକୁ ପାଇଛି I 

ସେପଟେ ଏହି ଘଟଣାରେ ଆଉ କାହାର ସମ୍ପୃକ୍ତି ରହିଛି ତାକୁ ନେଇ ତଦନ୍ତ ଜାରି ରହିଛି ବୋଲି ତଦନ୍ତକାରୀ ଅଧିକାରୀ ଅଜୟ ସାହୁ ସୂଚନା ଦେଇଥିବାବେଳେ ଗିରଫ ମାଫିଆମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.