ପ୍ରମୂଖ ଖବର
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

Published By : Harapriya Sethi | May 22, 2025 8:52 AM

ସୋର,୨୨/୫ :ସୋର ଅଞ୍ଚଳରେ ଦିନକୁ ଦିନ ବଢି ଚାଲିଛି ଚୋରି ଡକାୟତି । ବୁଧବାର ରାତିରେ ପୁଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଲୁଟ୍‌ କରିଛନ୍ତି ଦୁର୍ବୃତ୍ତ । ଘରେ ପଶି ଭୁଜାଲି ଓ ବନ୍ଧୁକ ମୁନରେ ଲୁଟି ନେଇଛନ୍ତି ୧୦ ଲକ୍ଷରୁ ଅଧିକ ଟଙ୍କାର ଗହଣା ଓ ନଗଦ ୫୦ ହଜାର ଟଙ୍କା । ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ତେଣ୍ଟେଇ ପଞ୍ଚାୟତ ଦୟାନିଧିପୁର ଗ୍ରାମର ରବୀନ୍ଦ୍ର ନାୟକଙ୍କ ଘର ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବୁଧବାର ବିଳମ୍ବିତ ରାତିରେ ୭ ଜଣ ଦୁର୍ବୃତ୍ତ ମୁହଁରେ କଳା ମୁଖା ପିନ୍ଧି ସୋର ଥାନା ତେଣ୍ଟେଇ ପଞ୍ଚାୟତ ଦୟାନିଧିପୁର ଗ୍ରାମର ରବିନ୍ଦ୍ର ନାୟକଙ୍କ ଘରକୁ ପଶିଥିଲେ। ଚୋରମାନେ ଘରେ ପଶିବା ପୂର୍ବରୁ ତାଙ୍କ ମାଆ ଜାଣିପାରି ପୁଅକୁ ଫୋନ ଯୋଗେ ଜଣାଇଥିଲେ। ପୁଅ ମଳୟ ରାଉତ ପଡ଼ୋଶୀଙ୍କୁ ଫୋନ ଯୋଗେ ଜଣାଇବା ସମୟରେ ଚୋରମାନେ ଘରର କବାଟ ଭାଙ୍ଗି ଘର ଭିତରକୁ ପଶିଥିଲେ । ପରିବାରର ସମସ୍ତ ୫ଜଣଙ୍କୁ ଘରର ସ୍କ୍ରିନ ଚିରି ହାତ ଗୋଡ଼କୁ ବାନ୍ଧି ମାଡ଼ ମାରିଥିଲେ। ପରେ ଘରୁ ୧୦ ଲକ୍ଷରୁ ଅଧିକ ଟଙ୍କାର ଗହଣା ଓ ନଗଦ ୫୦ ହଜାର ଟଙ୍କା ଲୁଟି ନେଇଥିଲେ। ଏହି ସମୟରେ ପଡୋଶୀ ବଳରାମ ରାଉତ ଓ ପ୍ରଶାନ୍ତ ରାଉତ ଆସିବାରୁ ଦୁର୍ବୃତ୍ତମାନେ ଘରର ଛାତ ଉପରେ ଥାଇ ସେମାନଙ୍କୁ ଗୁଳି ମାରିଥିଲେ । ଫଳରେ ବଳରାମଙ୍କ ଛାତିରେ ଗୁଳି ବାଜିବା ସହିତ ସେ ଗୁରୁତର ଆହତ ହୋଇଥିଲେ। ଗୁଳି ଫୁଟିବା ପରେ ଅନ୍ୟ ପଡୋଶୀ ମାନେ ଆସିବାକୁ ସାହସ କରିନଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ପରେ ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଚିକିତ୍ସାପରେ ଅବସ୍ଥା ଗୁରୁତର ଥିବାରୁ ରୋହିତ ନାୟକ, ରବିନ୍ଦ୍ର ନାୟକ ଓ ବଳରାମ ରାଉତଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ତେବେ ସୋରରେ ଅପରାଧିକ ମାମଲା ଦିନକୁ ଦିନ ବଢୁଥିବା ବେଳେ ପୁଲିସର ନିସ୍କ୍ରିୟତା ପାଇଁ ଲୋକେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି । ଜିଲ୍ଲାପ୍ରଶାସନ ହସ୍ତକ୍ଷେପ କରି ସୋରରେ ଜଣେ ଦକ୍ଷ ଅଧିକାରୀଙ୍କୁ ନିଯୁକ୍ତି ପାଇଁ ସାଧାରଣରେ ଦାବି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.