ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଜ୍ଞାନ ପରମ୍ପରା ଯୁବଶକ୍ତିଙ୍କୁ ଭିନ୍ନ ଅନୁଭବ ଦେଇଛି : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨।୧୨ - କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ଭାରତ ସରକାରଙ୍କ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଧୀନରେ ଆରମ୍ଭ ହୋଇଥିବା ଯୁବା ସଂଗମର ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଆସିଥିବା କେରଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପଢୁଥିବା ଯୁବବର୍ଗଙ୍କୁ ଭେଟି ସେମାନଙ୍କର ଅନୁଭୂତି ଶୁଣିଛନ୍ତି ।   

ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଆଲୋଚନା କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ହେଉଛି ଏକ ଭାରତ-ଶ୍ରେଷ୍ଠ ଭାରତ । ଶିକ୍ଷାନୁଷ୍ଠାନ ଗୁଡିକରେ ଆଜିର ଯୁବପିଢିଙ୍କୁ  ଭାରତର ବିଭିନ୍ନ ରାଜ୍ୟକୁ ନେଇ ପର୍ଯ୍ୟଟକ ଭାବରେ ଭ୍ରମଣ କରାଇବା ସହ ସେଠାକାର ସାମାଜିକ ସମ୍ପର୍କ ସହ ସଂସ୍କୃତି, ପରମ୍ପରା, ଖାଦ୍ୟଶୈଳୀକୁ ଅନୁଭବ କରାଇବା ପାଇଁ ନେବା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । ଯୁବା ସଂଗମର ତୃତୀୟ ପର୍ଯ୍ୟାୟ ଶୁଭାରମ୍ଭ ହୋଇଥିବା ବେଳେ ଆଇଆଇଏମ ସମ୍ବଲପୁର ନେତୃତ୍ୱରେ କେରଳର ବିଭିନ୍ନ ଶିକ୍ଷାନୁଷ୍ଠାନର ୪୨ ଜଣ ଛାତ୍ରଛାତ୍ରୀ ଓଡ଼ିଶା ଆସିଛନ୍ତି । ସେମାନେ ସମ୍ବଲପୁର, ପୁରୀ ଓ ଭୁବନେଶ୍ୱର ସହର ସମେତ ଅନ୍ୟାନ୍ୟ ବୁଲି ସ୍ଥାନୀୟ କଳା, ସଂସ୍କୃତି ଓ ସାମାଜିକ ସମ୍ପର୍କକୁ ଅନୁଭବ କରିଛନ୍ତି ।  ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଜ୍ଞାନ ପରମ୍ପରାକୁ ନେଇ ଛାତ୍ରଛାତ୍ରୀମାନେ ଗର୍ବ ଅନୁଭବ କରିଛନ୍ତି । 

ଛାତ୍ରଛାତ୍ରୀମାନେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବା ସହିତ  ସମାଜ ଜୀବନର ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷଙ୍କୁ ଭେଟି ନିଜର ଖୁସି ପ୍ରକାଶ କରିଛନ୍ତି । ଏହିପରି ଭାବରେ ଓଡ଼ିଶାର ଛାତ୍ରଛାତ୍ରୀମାନେ ମଧ୍ୟ କେରଳର ଏନଆଇଟି କାଲିକଟ୍ ନେତୃତ୍ୱରେ ସେହି ରାଜ୍ୟକୁ ଯାଇ ସମାନ ଅନୁଭବ ନେଉଛନ୍ତି । ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଦେଶରେ ବିବିଧତା ମଧ୍ୟରେ ଆମେ କିପରି ଏକ ଅଛୁ, ତାହାକୁ ଯୁବାଶକ୍ତିଙ୍କ ମାଧ୍ୟମରେ ପ୍ରଦର୍ଶନ କରିବାର ଏହା ଅନନ୍ୟ ପ୍ରୟାସ । ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଯୁବା ସଂଗମ ଏକ ଭାରତ ଶ୍ରେଷ୍ଠ ଭାବନାକୁ ସୁଦୃଢ଼ କରୁଛି  ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି । ଏହି ଆଲୋଚନା କାର୍ଯ୍ୟକ୍ରମରେ ବୈଦେଶିକ ବ୍ୟାପାର ଓ ସଂସଦୀୟ ରାଷ୍ଟ୍ର ମନ୍ତ୍ରୀ ଭି ମୂରଲିଧରଣ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.