ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ସମ୍ବଲପୁର ଚିଡ଼ିଆଖାନା ପରିଦର୍ଶନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ; କହିଲେ ଓଡ଼ିଶାର ହେବ ଦ୍ୱିତୀୟ ନନ୍ଦନକାନନ

Published By : Harapriya Sethi | May 25, 2025 10:21 AM

ସମ୍ବଲପୁର ୨୫/୦୫: ସମ୍ବଲପୁର ଚିଡ଼ିଆଖାନା ପରିଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଜୁ'ରେ ବୁଲିବା ବେଳେ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନକୁ ନେଇ ସଙ୍କେତ ଦେଇଛନ୍ତି । ସମ୍ବଲପୁର ଚିଡ଼ିଆଖାନାକୁ ଓଡ଼ିଶା ଦ୍ବିତୀୟ ନନ୍ଦନକାନନ କରାଯିବା ନେଇ ଯୋଜନା ରହିଛି ବୋଲି କହିଛନ୍ତି । ସେହିପରି ସବୁଜ ସହର ହେବ ସମ୍ବଲପୁର, ଆଗାମୀ ୩ ମାସରେ ଲାଗିବ ୧ ଲକ୍ଷରୁ ଅଧିକ ଗଛ । ବୃକ୍ଷରୋପଣ ଅଭିଯାନରେ ସାମିଲ ହେବେ ସାମାଜିକ ସଂଗଠନ, ବୁଦ୍ଧିଜୀବୀ, ସ୍କୁଲ କଲେଜ ଛାତ୍ରଛାତ୍ରୀ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୋରରୁ ସମ୍ବଲପୁର ଚିଡ଼ିଆଖାନା ପରିଦର୍ଶନ କରିବା ସହ ଏହାକୁ ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଓଡ଼ିଶାର ଦ୍ୱିତୀୟ ନନ୍ଦନକାନନ କରିବା ପାଇଁ ଯୋଜନା କରାଯିବ ବୋଲି କହିଛନ୍ତି ।  

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସମ୍ବଲପୁର ଚିଡ଼ିଆଖାନାରେ ଜୀବ ଉଦ୍ୟାନ ଓ ଉଦ୍ଭିଦ ଉଦ୍ୟାନ ବୁଲି ଦେଖିବା ସହ ସାଧାରଣ ଲୋକଙ୍କ ସହ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା କରିଥିଲେ । ସମ୍ବଲପୁର ଚିଡ଼ିଆଖାନାର ବିଭିନ୍ନ ସମସ୍ୟା ଓ ନୂଆ ଜୀବଜନ୍ତୁ ଅଣାଯିବା ନେଇ ଚିଡ଼ିଆଖାନା, ବନ ବିଭାଗ ଓ ଜିଲ୍ଲା ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ସମ୍ବଲପୁର ଚିଡ଼ିଆଖାନାକୁ ନନ୍ଦନକାନନ ଢଙ୍ଗରେ ନୂଆ ରୂପ ଦେବା ପାଇଁ ଯୋଜନା ପ୍ରସ୍ତୁତ କରାଯିବ । ଏହାକୁ ବଡ଼ କରିବା ସହ ପର୍ଯ୍ୟଟକଙ୍କ ସୁବିଧା ବଢାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯିବ । ଏହାସହ ସହରରେ ପ୍ରକୃତି ପ୍ରୀତି ନୂଆପିଢିଙ୍କୁ ଆକୃଷ୍ଟ କରାଇବା ପାଇଁ ଉଦ୍ୟମ କରାଯିବ । ଏଥିସହ ଚିଡ଼ିଆଖାନାକୁ ଆସୁଥିବା ପର୍ଯ୍ୟଟକଙ୍କୁ ଉତ୍ତମ ବ୍ୟବହାର ସହ ଚିଡ଼ିଆଖାନାର କର୍ମଚାରୀମାନଙ୍କୁ ଭଲ ଭାବେ ତାଲିମ ଦେବା ପାଇଁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ।

ସେ ଆହୁରି କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ 'ବିଶ୍ୱ ପରିବେଶ ଦିବସ' ଅବସରରେ “ମା’ ପାଇଁ ଗଛଟିଏ” ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିନବ ଅଭିଯାନରେ ସାମିଲ ହେବା ପାଇଁ ସେ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ସମ୍ବଲପୁରକୁ ସବୁଜ ସହରରେ ପରିଣତ କରାଯିବ । ଏଥିପାଇଁ ୩ ମାସରେ ୧ ଲକ୍ଷରୁ ଅଧିକ ଗଛ ଲାଗିବ । ବିଶ୍ୱ ପରିବେଶ ଦିବସ ଜୁନ୍ ୫ରୁ, ଜୁଲାଇ ଓ ଅଗଷ୍ଟ ମାସ ପର୍ଯ୍ୟନ୍ତ ଗଛ ଲାଗିବ । ଜିଲ୍ଲା ପ୍ରଶାସନ ଓ ବନ ବିଭାଗ ସହ ଏହି ଅଭିଯାନରେ ବହୁ ସାମାଜିକ ସଂଗଠନ, ବୁଦ୍ଧିଜୀବୀ, ମାତୃଶକ୍ତି, ସ୍କୁଲ କଲେଜର ଛାତ୍ରଛାତ୍ରୀମାନେ ସାମିଲ ହେବେ । ବୃକ୍ଷରୋପଣ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରାଯିବ । ଆମର ପରିବେଶକୁ ଆହୁରି ସ୍ୱଚ୍ଛ ଓ ସୁନ୍ଦର କରିବା ପାଇଁ ସମସ୍ତେ ଗୋଟିଏ ଗୋଟିଏ ଗଛ ଲଗାଇବା ସହ ତାହାର ଯତ୍ନ ନେବା ଦରକାର ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.