ପ୍ରମୂଖ ଖବର
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି, ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Published By : Harapriya Sethi | April 19, 2025 11:06 AM

ଭୁବନେଶ୍ୱର, ୧୯/୦୪: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପ୍ରତ୍ୟୁଷରେ ପରଲୋକ ଘଟିଛି । କିଛି ଦିନ ଧରି ସେ ଆସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ସେଠାରେ ଚିକିତ୍ସାରତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । 

ସେ ବିଭିନ୍ନ ଆଞ୍ଚଳିକ ଓ ଜାତୀୟ ଗଣମାଧ୍ୟମର ପ୍ରତିନିଧି ଭାବେ କାର୍ଯ୍ୟ କରିଥିଲେ। ଦୀର୍ଘ ୪ ଦଶନ୍ଧି ଧରି ସ୍ୱଚ୍ଛ ,ନିରପେକ୍ଷ ଏବଂ ନିର୍ଭୀକତାର ସହ ସାମ୍ବାଦିକତା କରୁଥିଲେ ରତିକାନ୍ତ ମହାନ୍ତି । ତାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ଜଣେ ପରୋପକାରୀ, ସ୍ନେହୀ, ସରଳ ଜୀବନ ଯାପନ କରୁଥିବା ବ୍ୟକ୍ତି ଥିଲେ । 




କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ବିୟୋଗ ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି । ନିଜ ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି,"ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରତି ଭାଇଙ୍କ ସହ ସ୍ମୃତି ଓ ଅନୁଭୂତି ବହୁତ ଅଛି । ଛାତ୍ର ଆନ୍ଦୋଳନ ସମୟରୁ ତାଙ୍କ ସହିତ ମୁଁ ବ୍ୟକ୍ତିଗତ ଭାବେ ଜଡ଼ିତ । ସେ ଜଣେ ସରଳ ଓ ନିରାଡ଼ମ୍ବର ଜୀବନ ବିତାଉଥିବା ବ୍ୟକ୍ତି ଥିଲେ ତଥା ସାମାଜିକ ଓ ରାଜନୈତିକ କ୍ଷେତ୍ରର ସବୁ ବର୍ଗର ଲୋକଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କରେ ଥିଲେ । 

ସାମ୍ବାଦିକତା ଜଗତରେ ତାଙ୍କୁ ଜଣେ ନିଆରା ବ୍ୟକ୍ତିତ୍ୱ କହିଲେ ଭୁଲ ହେବ ନାହିଁ । ତାଙ୍କ ଅମର ଅତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ।"

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.