ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଘନୀଭୂତ ହେଲା ଲଘୁଚାପ; ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ଛେଚିବ

ଭୁବନେଶ୍ୱର, ୧୪/୦୯: ବୁଧବାର ସୃଷ୍ଟ ଲଘୁଚାପ ଏବେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିବା ସହ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଲଘୁଚାପ ସହ ଜଡ଼ିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହା ଆଗାମୀ ୨ ଦିନ ଯାଏଁ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି ।

ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ସକାଳ ସାଢ଼େ ୮ଟା ସୁଦ୍ଧା କେନ୍ଦ୍ରାପଡ଼ା ୧୩୨.୪ ମିଲିମିଟର ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ାରେ ୭୬.୮ ମିଲିମିଟର, ଭୁବନେଶ୍ୱରରେ ୫୫ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ ଲଘୁଚାପ, ୧୬ ଯାଏ ପ୍ରବଳ ବର୍ଷିବ

ଆଜି ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ଆସନ୍ତାକାଲି ଠାରୁ ବର୍ଷାର ପରିମାଣ କମିବ । ଉପରମୁଣ୍ଡରେ ବର୍ଷା ବଢ଼ିବ । କିଛି ନଦୀରେ ଜଳସ୍ତର ବଢ଼ିପାରେ । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି ।

ଉପରେ ଦୌଡ଼ିବ ମେଟ୍ରୋ, ତଳେ ଫ୍ଲାଏଓଭର : ଜୟଦେବ ବିହାରରୁ ନନ୍ଦନକାନନ ୩ ଥାକିଆ ଯାତାୟାତ

ଆଜି ମଧ୍ୟାହ୍ନ ପର ଠାରୁ ବର୍ଷାର ପ୍ରଭାବ କମିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିବ । ସେପ୍ଟେମ୍ବର ମାସରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଅଗଷ୍ଟରେ ନିଅଣ୍ଟିଆ ବର୍ଷା ହୋଇଥିଲା । ୧୯ ତାରିଖ ପରେ ପୁଣି ବର୍ଷା ବଢ଼ିବାର ସମ୍ଭାବନା ଥିବାରୁ ନିଅଣ୍ଟିଆ ସ୍ଥିତି ରହିବ ନାହିଁ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।

ଖୋଲିଲା ହୀରାକୁଦ ଜଳଭଣ୍ଡାରର ୮ଟି ଗେଟ୍, ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସେପଟେ ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲା ଯାଇଛି । ମୋଟ ୧୦ଟି ଗେଟ୍ ଦେଇ ଜଳ ନିଷ୍କାସନ କରାଯାଉଛି । ଗତକାଲି ୨ଟି ଗେଟ୍ ଖୋଲିଥିଲା । ହୀରାକୁଦକୁ ୧ ଲକ୍ଷ ୪୨ ହଜାର ୭୨ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୭୨ ହଜାର ୧୯୦ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ସକାଳ ୬ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୭୧ ଫୁଟ୍ ରହିଛି । 

  • Heavy Rainfall Alert
  • low pressure
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.