ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

Published By : Harapriya Sethi | May 14, 2025 1:35 PM

ଖପ୍ରାଖୋଲ, ୧୪/୦୫: ଖପ୍ରାଖୋଲ ଥାନା ଅନ୍ତର୍ଗତ ଘୁଚାପାଲି ଗ୍ରାମରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ମୃତ ମହିଳା ଜଣକ ହେଲେ କରିସ୍ମା ଦୀପ(୧୭) ବୋଲି ପୋଲିସ ସୂଚନା ଦେଇଛି । ଏନେଇ ମହିଳାଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ କରିଛନ୍ତି । 

ସୂଚନା ମୁତାବକ, ଖପ୍ରାଖୋଲ ଥାନା ପାଚେର ଗ୍ରାମର କରିସ୍ମା ଦୀପ ଘୁଚାପାଲି ଗ୍ରାମର ବେଣୁଧର କୁମ୍ଭାରଙ୍କୁ ପ୍ରେମ ବିବାହ କରିଥିଲେ । ବେଣୁଧର ନିଜ ସ୍ତ୍ରୀଙ୍କୁ ଛାଡି ରାଜ୍ୟ ବାହାରର କୌଣସି ଏକ କମ୍ପାନୀକୁ କାମ କରିବା ପାଇଁ ଯାଇଥିଲେ । ହେଲେ କରିସ୍ମା ନିଜ ଶ୍ୱଶୁର ଘରେ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ କରିସ୍ମାଙ୍କ ପରିବାର ଲୋକେ ଝିଅଙ୍କୁ ହତ୍ୟା କରାଯାଇଛି ବୋଲି ଖପ୍ରାଖୋଲ ଥାନାରେ ଅଭିଯୋଗ କରିଛନ୍ତି । ଏନେଇ ଖପ୍ରାଖୋଲ ଥାନା ଅଧିକାରୀ ନରେନ୍ଦ୍ର ଛତ୍ରଙ୍କୁ ପଚାରିବାରୁ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚାଲିଥିବା ପ୍ରକାଶ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.