ଭୁବନେଶ୍ୱର, ୦୫/୦୩: ଅଁଳାବେରେଣୀ ଗାଁରୁ ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତ ମହିଳା ଜଣଙ୍କ ଅଁଳାବେରେଣୀ ଗାଁର ଚଞ୍ଚଳା ନାଏକ । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ଧାରୁଆ ଅସ୍ତ୍ରରେ ହାଣି ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି । ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅନ୍ତର୍ଗତ ଅଁଳାବେରେଣୀ ଗାଁରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।
ସୂଚନା ମୁତାବକ, ସ୍ୱାମୀଙ୍କ ମୃତ୍ୟୁ ପରେ ଚଞ୍ଚଳା ପୁଅ ଲିପୁ ନାଏକଙ୍କ ପାଖରେ ରହି ଆସୁଥିଲେ । ତେବେ ମଙ୍ଗଳବାର ବିଳମ୍ବିତ ରାତିରେ ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଖବର ପାଇ ତୁମୁସିଙ୍ଗା ପୋଲିସ ଚଞ୍ଚଳାଙ୍କ ପୁଅ ଲିପୁ ନାଏକଙ୍କୁ ଅଟକ ରଖିଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଚଞ୍ଚଳାଙ୍କ ପୁଅ ଲିପୁ ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ତଦନ୍ତ ପରେ ସତ ସାମ୍ନାକୁ ଆସିବ ବୋଲି ଏସଡିପିଓ ପ୍ରକାଶ କରିଛନ୍ତି।