ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ଟ୍ରେନ୍‌ରେ କଟି ଯୁବକଙ୍କ ମୃତ, ପୋଲିସର ତଦନ୍ତ ଆରମ୍ଭ

Published By : Harapriya Sethi | May 12, 2025 2:18 PM

କେନ୍ଦ୍ରାପଡ଼ା,୧୨/୦୫: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ହରିଦାସପୁର-ପାରାଦୀପ ରେଳ ପଥର ରାମିଆଗଞ୍ଜ ଓଭରବ୍ରିଜ ନିକଟରେ ଜଣେ ଯୁବକ ଟ୍ରେନ ଲାଇନ୍‌ରେ କଟି ପ୍ରାଣ ହରାଇଛନ୍ତି । ମୃତ ଯୁବକ ମାଣତିରିର ପ୍ରଦୀପ୍ତ ମହାରଣା । ତାଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ରେଳବାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବକ, ମାର୍ଶାଘାଇ ଥାନା ଅନ୍ତର୍ଗତ ହରିଦାସପୁର-ପାରାଦୀପ ରେଳ ପଥର ରାମିଆଗଞ୍ଜ ଓଭରବ୍ରିଜ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ରେଳବାଇ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.