ପ୍ରମୂଖ ଖବର
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପୋଖରୀରେ ବୁଡିଗଲା ୩ ବର୍ଷର ଶିଶୁପୁତ୍ର, ଉଦ୍ଧାର ହେଲା ମୃତଦେହ

ଆନନ୍ଦପୁର,୧୭/୧୦: ପୋଖରୀରେ ବୁଡି ଶିଶୁପୁତ୍ରର ମୃତ୍ୟୁ । ମୃତକ ଶରତ ବେହେରାଙ୍କ ୩ବର୍ଷର ପୁଅ ସାଇ ସୁଧାଂଶୁ ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ବ୍ରାହ୍ମଣୀକଳା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ସାଇସୁଧାଂଶୁ ଘର ପାଖରେ  ଖେଳୁଥିଲା । ପରେ ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ଘରଲୋକେ ଖୋଜାଖେଜି କରି ନୟାନ୍ତ ହୋଇଥିଲେ । ହେଲେ ପୁଅର କୌଣସି ସନ୍ଧାନ ମିଳିନଥିଲା । ସନ୍ଦେହ ହେବାରୁ ଘର ପଛପଟ ପୋଖରୀରେ ଖୋଜାଖୋଜି କରିଥିଲେ । ସେଠାରେ ତାଙ୍କ ପୁଅ ପୋଖରୀ ପାଣିରେ ବୁଡି ଯାଇଥିବାର ଦେଖିଥିଲେ । ଏହା ଦେଖି ତୁରନ୍ତ ପୁଅକୁ ପୋଖରୀରୁ ଉଦ୍ଧାର କରି ପ୍ରଥମେ ଶାଳଣିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପରେ ଏହି ଘଟଣା ସମ୍ୱନ୍ଧରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ନନ୍ଦିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି । ଗାଁର ଜଣେ ନିଷ୍ପାପ ଶିଶୁର ମୃତ୍ୟୁକୁ ନେଇ ପୁରା ଗାଁ ରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.