ପ୍ରମୂଖ ଖବର
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଭାରସାମ୍ୟ ହରାଇ ନାଳ ଭିତରକୁ ଖସିଲା କାର୍, ଅଳ୍ପକେ ବର୍ତ୍ତିଲେ ୨ ପରିବାର

ବାଙ୍ଗିରିପୋଷି, ୧୪/୧୦ : ଭାରସାମ୍ୟ ହରାଇ ନାଳ ଭିତରକୁ ଖସିଲା କାର୍, ଅଳ୍ପକେ ବର୍ତ୍ତିଲେ ୨ ପରିବାରର ୫ ସଦସ୍ୟ। ବାଙ୍ଗିରିପୋଷି ଥାନା ଅଧୀନ ଧୋଡାଙ୍ଗୀରି ନିକଟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ୫ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳର ୨ ପରିବାରର ୫ ସଦସ୍ୟ ପୂଜା ଛୁଟିରେ ଅଯୋଧ୍ୟା ପୀଠ ବୁଲିବାକୁ ଯାଇଥିଲେ। ସେଠାରୁ ଘରକୁ ଫେରୁଥିବା ବେଳେ ବାଙ୍ଗିରିପୋଷି ଥାନା ଅଧୀନ ଧୋଡାଙ୍ଗୀରି ନିକଟରେ କାର୍‌ଟି ଭାରସାମ୍ୟ ହରାଇ ନାଳ ଭିତରକୁ ଖସି ପଡିଥିଲା। ଫଳରେ କାର୍‌ରେ ଥିବା ୫ ସଦସ୍ୟ ଆହତ ହୋଇଥିଲେ। ଆହତ ୫ ଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ବାଙ୍ଗିରିପୋଷି ପୋଲିସ ପହଁଚି ତଦନ୍ତ ଜାରି ରଖିଛି।



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.