ପ୍ରମୂଖ ଖବର
  • ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା : ଫ୍ଲାଗମାର୍ଚ୍ଚରେ ପୁଲିସ୍‌ର ଶକ୍ତି ପ୍ରଦର୍ଶନ, ୩୦ ପ୍ଲାଟୁନ ପୁଲିସଙ୍କୁ ନେଇ ସହର ପରିକ୍ରମା
  • ||
  • ମିଆଁମାରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ଼
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ସମ୍ବଲପୁରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ପରାଧି ସୀତାରାମ ଷଡ଼ଙ୍ଗୀର ଗୋଡ଼ରେ ବାଜିଲା ଗୁଳି
  • ||
  • ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି, ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ
  • ||
  • ଏଥର ରାଜ୍ୟରେ ଠିକ୍‌ ସମୟରେ ପହଞ୍ଚିବ ମୌସୁମୀ ବାୟୁ: ଜୁନ୍‌ରେ ସ୍ୱାଭାବିକ ବର୍ଷା, ଜୁଲାଇ ଅଧାରୁ ଅଗଷ୍ଟ ଅଧା ଯାଏ ବର୍ଷା କମିବ
  • ||
  • ଭୁବନେଶ୍ୱର : ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ସାଙ୍ଗ
  • ||
  • ବ୍ରହ୍ମପୁର : ଟ୍ରେ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଲୋକକଳା ଗ୍ରାମରେ ସମ୍ମାନିତ ହେଲେ କଳାକାର

Published By : Prameya | April 10, 2025 10:34 PM

ମାଲକାନଗିରି, ୧୦/୪(ଆପ୍ର ): ଓଡ଼ିଆ ପକ୍ଷ-୨୦୨୫ ପାଳନ ଅବସରରେ ଏପ୍ରିଲ ୧୦ ତାରିଖକୁ ଲୋକକଳା ପାଇଁ ଦିନଟିଏ ଭାବରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପ୍ରଶାସନ ଓ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାର କଳାଗ୍ରାମ ବୀର ଲକ୍ଷ୍ମଣପୁର ଠାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

 ସେ ଏହି ଅବସରରେ କହିଛନ୍ତି ଯେ ଏହି ଦିନ ଆମ ବିସ୍ମୃତ ଲୋକକଳାକୁ ପୁନଃ ବିଶ୍ୱ ବିଦିତ କରିବା ପାଇଁ ସଚେତନତା ସୃଷ୍ଟି କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଆହ୍ୱାନ ଦେଇଛନ୍ତି । ଓଡ଼ିଶାର ଲୋକକଳା ଏବଂ ଲୋକସଂସ୍କୃତିକୁ ବଜାୟ ରଖିବା ପାଇଁ ଆଜିର ଦିନଟିକୁ ଲୋକକଳା ପାଇଁ ଦିନଟିଏ ଭାବରେ ପାଳନ କରାଯାଉଛି । ସମସ୍ତେ ଏକତ୍ରିତ ହୋଇ ଆମ ପରମ୍ପରା, ଆମ ସଂସ୍କୃତି ଓ  ଆମ ଲୋକକଳା ପାଇଁ ଏହି ଦିନଟିକୁ ଉତ୍ସର୍ଗ କରିବା ଉଚିତ୍ ବୋଲି ଉପ ଜିଲ୍ଲାପାଳ ଶ୍ରୀ ଭୋଇ ମତବ୍ୟକ୍ତ କରିଛନ୍ତି। 

 ଏହି ଅବସରରେ ପାରମ୍ପରିକ ବାଦ୍ୟ ଯନ୍ତ୍ର ବଜାଇ କଳାକାରମାନେ ଲୋକ ନୃତ୍ୟ ଢେମସା ପରିବେଷଣ କରିଥିଲେ। ଜିଲ୍ଲାର ବରିଷ୍ଠ ଲୋକ କଳାକାରଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏଠାରେ ସମ୍ୱର୍ଦ୍ଧନା କରାଯାଇଛି। ରାଜ୍ୟ ସରକାରଙ୍କ ଏହି ଅଭିନବ ପଦକ୍ଷେପ  କଳାକାରମାନଙ୍କୁ ଉତ୍ସାହିତ କରିବା ସହ କଳାର ପ୍ରଚାର ପ୍ରସାର ପାଇଁ ଅଧିକ ପ୍ରେରଣା ଯୋଗାଇଛି ବୋଲି ବରିଷ୍ଠ କଳାକାରମାନେ ମତ ରଖିଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡାଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଅନ୍ୟ ମାନଙ୍କ ମଧ୍ୟରେ ମାଲକାନଗିରି ବ୍ଲକ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ସୁଭାଷିନୀ ମଲ୍ଲିକ, ବରିଷ୍ଠ କଳାକାର ଅନାଦି କୋଡା, ଘେନୁ ମୁଦୁଲି, ଧନୁର୍ଯ୍ୟୟ ହନ୍ତାଳଙ୍କ ସମେତ ସନତ ସରକାର ଓ ସନ୍ତୋଷ ବିଶ୍ୱାସ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.