ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ପୁତୁରାର ଶବ ସତ୍କାର କରିବାକୁ ଯାଇଥିଲେ, ପୋଖରୀରେ ନିଜେ ବୁଡ଼ିଗଲେ ଦାଦା

ବାରିପଦା, ୨୭/୦୮ : ପୁତୁରାର ଶବ ସତ୍କାର କରିବାକୁ ଯାଇଥିଲେ, ନିଜେ ଶବ ହୋଇ ଫେରିଲେ। ବିଶୋଇ ଥାନା ମଣଦା ଫାଣ୍ଡି ଜଗନ୍ନାଥପୁର ପଞ୍ଚାୟତ ବଡ଼ ପୁରୁଣାପାଣି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପୋଖରୀରେ ବୁଡ଼ି ଗ୍ରାମର ଛୁଟାଇ ଟୁଡୁଙ୍କ ପୁଅ ରାମାୟ ଟୁଡୁଙ୍କ (୪୦ ବର୍ଷ) ମୃତ୍ୟୁ ହୋଇଛି।  

ସୂଚନାନୁଯାୟୀ, ମଣଦା ଫାଣ୍ଡି ବଡ଼ ପୁରୁଣାପାଣି ଗ୍ରାମର ରାମାୟ ଟୁଡୁଙ୍କ ନିଜ ପୁତୁରା ପିଥ ଟୁଡୁ ଗତ ୨୪ ତାରିଖରେ ଋଣ ସୁଝି ନପାରି କୀଟନାଶକ ପିଇ ଆତ୍ମହତ୍ୟା କରିଥିଲେ। ରାମାୟ ଟୁଡୁ ପୁତୁରାର ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗ ଦେବାକୁ ବୋଡୋଯୋଡି ଗ୍ରାମକୁ ଯାଇଥିଲେ। ଶବ ସତ୍କାର ପରେ ଅନ୍ଧାରରେ ଗାଁ ପୋଖରୀରେ ଗାଧୋଇବା ବେଳେ ବୁଡ଼ି ଯାଇଥିଲେ। ଗାଧୋଇ ସାରିବା ପରେ ରାମାୟଙ୍କୁ ନପାଇବାରୁ ଅନ୍ୟମାନେ ପାଣିରେ ଖୋଜାଖୋଜି କରି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମଣଦା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ରାମାୟକୁ ମୃତ ଘୋଷଣା କରିଥିଲେ। 

ଖବର ପାଇ ବିଶୋଇ ପୋଲିସ ଶବ ଜବତ କରିବା ସହ ରାଇରଙ୍ଗପୁର ଉପଖଣ୍ଡ ସରକାରୀ ଡାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.