ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ବୈଠକ

ଭୁବନେଶ୍ବର,  ୬।୬ :  ନିର୍ବାଚନରେ ପରାଜିତ ହୋଇଥିବା ବିଜେଡିର ବିଧାୟକ ଓ ସାଂସଦମାନଙ୍କୁ ନେଇ  ନବୀନ ନିବାସରେ ବୈଠକ ଅନୁଷ୍ଠିତ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଏଥିରେ ଅଧ୍ୟକ୍ଷତା କରିଛନ୍ତି।

ବୈଠକରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜୟଶ୍ରୀ କହଁର, କୌଶଲ୍ୟ ପ୍ରଧାନ, ସୁଦାମ ମାର୍ଣ୍ଡି, ସୁବ୍ରତ ତରାଇ,ଲମ୍ବୋଦର ନିଆଲ ,ଅଭିନାଶ ସାମଲ , ରଞ୍ଜିତା ସାହୁ, ମନ୍ମଥ ରାଉତରାୟ , ବାଲେଶ୍ଵର ସାଂସଦ ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର, ଜଗତସିଂହପୁର ସାଂସଦ ପ୍ରାର୍ଥୀ ରାଜଶ୍ରୀ ମଲ୍ଲିକ, ପୁରୀ ସାଂସଦ ପ୍ରାର୍ଥୀ ଅରୂପ ପଟ୍ଟନାୟକ, କୋରାପୁଟ ସାଂସଦ ପ୍ରାର୍ଥୀ କୌଶଲ୍ୟା ହିକକା, ଭଦ୍ରକ ସାଂସଦ ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ, ନବରଙ୍ଗପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। 

ଦଳର ସଭାପତି ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ ଡାକିଥିଲେ ।  ନବୀନ ପଟ୍ଟନାୟକଙ୍କ ଭଳି ନେତା ସର୍ବୋଚ୍ଚ । ତାଙ୍କୁ କେହି କେବେ ଟକକର ଦେଇପାରିବେ ନାହିଁ ବୋଲି ପ୍ରଣବ କହିଛନ୍ତି। 

ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଦଳ ଲୋକଙ୍କ ପାଇଁ କାମ କରିଥିଲା। ଲୋକମାନେ ପରିବର୍ତ୍ତନ ଚାହୁଁଥିଲେ ତେଣୁ କଲେ। ଲୋକଙ୍କ ପାଇଁ ଆମେ କାମ କରୁଥିଲୁ ଆଗକୁ ମଧ୍ୟ କାମ କରିବୁ ବୋଲି ପ୍ରଦୀପ ମାଝି କହିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.