ପ୍ରମୂଖ ଖବର
  • ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ, ଦାୟିତ୍ବ ନେଲେ ଭି. ନାରାୟଣନ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବୈତରଣୀରେ ପକାଇବେ ମକର ବୁଡ଼
  • ||
  • ଶ୍ରୀଲିଙ୍ଗରାଜ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ, ରାତି ୮ଟାରୁ ପ୍ରଭୁଙ୍କ ନୀତିକାନ୍ତି ବନ୍ଦ
  • ||
  • ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି, ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ହେବ ସ୍ୱତନ୍ତ୍ର ବେଶ
  • ||
  • ରାଜ୍ୟରେ ସାମାନ୍ୟ କମିଲା ଶୀତ, ୪ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ନାହିଁ
  • ||

ଓଡ଼ିଶାର ସ୍ୱାସ୍ଥ୍ୟସେବା ଇତିହାସରେ ନୂଆ ଅଧ୍ୟାୟ ଯୋଡିହେଲା : ଧର୍ମେନ୍ଦ୍ର ପ୍ରଧାନ

Published By : Prameya | January 13, 2025 10:47 PM

ନୂଆଦିଲ୍ଲୀ/ଭୁବନେଶ୍ୱର, ୧୩।୧ – ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟସେବା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡିହେଲା ବୋଲି ସୋମବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଏ ସମ୍ପର୍କୀତ ଏମଓୟୁ ସ୍ୱାକ୍ଷର କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନାର କାର୍ଯ୍ୟକାରୀ ପାଇଁ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥୋରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଦେଇଥିବା ଆଉ ଏକ ପ୍ରତିଶ୍ରୁତି ପୂରଣ ହୋଇଛି । ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ପିଏମ ଜନ ଆରୋଗ୍ୟ ଯୋଜନା ଓ ଓଡ଼ିଶା ସରକାରଙ୍କ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସମନ୍ୱିତ କ୍ରିୟାନ୍ୱୟନର ଶୁଭାରମ୍ଭ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଉଛି । 

ଓଡ଼ିଶା ସମେତ ଦେଶର ନାଗରିକଙ୍କୁ ସହଜ, ସୁଲଭ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଦିଗରେ ବିହିତ ପଦକ୍ଷେପ ନେଉଥିବାରୁ ପ୍ରଧାନମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଉଛି । ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଏହି ସ୍ୱାସ୍ଥ୍ୟ ଯୋଜନା ଦ୍ୱାରା ଓଡ଼ିଶାର ପ୍ରାୟ ୧ କୋଟି ୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଆୟୁଷ୍ମାନ ଭାରତ ଯୋଜନା ସହ ରାଜ୍ୟ ସରକାରଙ୍କ ନିଜସ୍ୱ ସ୍ୱାସ୍ଥ୍ୟ ଯୋଜନାର ଲାଭ ନେଇପାରିବେ । ଓଡ଼ିଶାର ୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକମାନେ ମଧ୍ୟ ଏହା ଦ୍ୱାରା ଉପକୃତ ହେବେ । ସ୍ୱାସ୍ଥ୍ୟ କ୍ଷେତ୍ରକୁ ଗୁରୁତ୍ୱ ଦେଇ ସୁସ୍ଥ ଓଡ଼ିଶା ଓ ସୁସ୍ଥ ସମାଜ ଗଠନ କରିବା ପାଇଁ ଆମ ସରକାର ବଦ୍ଧ ପରିକର।

ଶ୍ରୀ ପ୍ରଧାନ କହିଥିଲେ ଗ୍ରାମାଞ୍ଚଳରେ ଟେକ୍ନୋଲୋଜିର ଉପଯୋଗ କରି ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ହେବ । ପ୍ରଧାନମନ୍ତ୍ରୀ କଳ୍ପନାରେ ଡିଜିଟାଲ ଇଣ୍ଡିଆର ସ୍ୱପ୍ନ ସେବେ ପୂରଣ ହେବ, ଯେତେବେଳେ ଟେଲି ମେଡିସିନ ସେବା ବା ଟେକ୍ନୋଲୋଜି ମାଧ୍ୟମରେ ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆମେ ଉନ୍ନତି ଆଣିପାରିବା । ସେ ଆଶା ଦିଦିଙ୍କୁ ପ୍ରଶଂସା କରି କହିଥିଲେ ଯେ ଆଶା କର୍ମଚାରୀ ଓଡ଼ିଶାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଜଣେ ମେରୁଦଣ୍ଡ । ଉତ୍ସର୍ଗୀକୃତ ଭାବେ ସେମାନେ ଗାଁ ଗାଁରେ ନିରାପଦ ମାତୃତ୍ୱ, ସ୍ୱାସ୍ଥ୍ୟସେବା ଓ କୋଭିଡ୍ ସମୟରେ ନିଜ ପରିଶ୍ରମର ଉଦାହରଣ ଦେଇଛନ୍ତି ।  ସେଥିମଧ୍ୟରୁ ମନ କୀ ବାତରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା ଯମୁନା ମଣିଙ୍କ ଉଦାହରଣ ରଖିଥିଲେ କେନ୍ଦ୍ରମନ୍ତ୍ରୀ । 

ଏହି ଅବସରରେ ଶ୍ରୀ ପ୍ରଧାନ ଓଡ଼ିଶାରେ ଏକ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ଏଜୁକେସନ୍ ଆଣ୍ଡ୍ ରିସର୍ଚ୍ଚ (ନାଇପର) ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ, ପରିବାର କଲ୍ୟାଣ, ରସାୟନ ଓ ସାର ମନ୍ତ୍ରୀ ଜେ.ପି ନଡାଙ୍କୁ ନିଜର ଅନୁରୋଧ ଦୋହରାଇଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.