ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଏହି ରାଶିର ବ୍ୟକ୍ତିଙ୍କୁ ପାଞ୍ଚଟି କର୍ମରେ ସଫଳତା ମିଳିବ

Published By : Prameya | April 18, 2024 9:37 PM

ମେଷ : ପଞ୍ଚମ ଚନ୍ଦ୍ର ଯୋଗୁ ପାଞ୍ଚଟି କର୍ମରେ ଅଧିକ ସଫଳତା ମିଳିବ । ବିଦ୍ୟାରେ ବିଚକ୍ଷଣତା ମନରେ ପ୍ରସନ୍ନତା, କର୍ମରେ ସଫଳତା, ତତ୍ପରତା, ଏକାଗ୍ରତା ଓ ସମୟାନୁ ବର୍ତ୍ତିତା ପ୍ରକାଶ ପାଇବ। ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକାମେଷ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ: ସିଲଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ 

ବୃଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୃଗ ଶିରା ବୃଷ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା 

ମିଥୁନ : ତୃତୀୟ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହଯୋଗ ମିଳିବ ଏବଂ ଭାଇ ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ଅତୁଟ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ 

କର୍କଟ : ଘାତଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇପାରେ ଏବଂ ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ି ପାରନ୍ତି ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ଳେଷା କର୍କଟ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଧଳା, ସଂଖ୍ୟା : ୨, ଆରାଧନା : ଭଗବାନ ଶିବ  

ସିଂହ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ସୁଖାଦ୍ୟ ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଏବଂ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ମଘା ସିଂହ ସେମାନେ ସୁଫଳପାଇବେ । 

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ  

କନ୍ୟା : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆ ୟପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତ ତାକୁ ପରିତ୍ୟା ଗକରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ କର୍ମପତି ଆଳସ୍ୟତା ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ହସ୍ତାକନ୍ୟା ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା 

ତୁଳା : ଏକାଦଶ ଚନ୍ଦ୍ର, ଶୁକ୍ରବାର ଏବଂ ଦିବା ୧୦ଟା ୫୭ ମିନିଟ୍‌ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି, ସୌଖୀନ ଘରୋଇ ଉପକରଣ ଓ ଯାନବାହନ କ୍ରୟ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ବାଣିଜ୍ୟ, ବ୍ୟବସାୟଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ 

ବିଛା : ଘାତବାର ଏବଂ ଦଶମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ ।କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ ।ସମସ୍ତକର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ । ଯେଉଁମାନଙ୍କର ଅନୁରାଧା ବିଛା  ସେମାନେ ସୁଫଳପାଇବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୦୬, ଆରାଧନା : ମା’ ଚଣ୍ଡୀ

ଧନୁ : ଘାତବାର ଏବଂ ନବମ ଚନ୍ଦ୍ର ଯୋଗୁ ଘାତ ବାରର ପ୍ରଭାବ ରହିବ ନାହିଁ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ 

ମକର : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖା ଦେବ । ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା 

କୁମ୍ଭ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଏବଂ ଦିବା ୧୦ଟା ୫୭ ମିନିଟ୍‌ ପରେ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ଏବଂ ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତ ଭିଷା କୁମ୍ଭ ସେମାନେ ସୁଫଳପାଇବେ । 

ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ 

ମୀନ : ଷଷ୍ଠ ଚନ୍ଦ୍ର, ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଧଳା, ସଂଖ୍ୟା : ୭, ଆରାଧନା :  ମା’ ତାରା ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.