ପ୍ରମୂଖ ଖବର
  • ଭୁବନେଶ୍ଵର : ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ, ୱେବସାଇଟରୁ ମିଳିବ ଡିଜିଟାଲ ସାର୍ଟିଫିକେଟ
  • ||
  • ଭୁବନେଶ୍ଵର : ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢୀ, ଭରିଲେ ନାମାଙ୍କନ ପତ୍ର
  • ||
  • ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ, ବିବାଦ ଯୋଗୁଁ ଅଟକିଛି ନୀତିକାନ୍ତି
  • ||
  • ଭୁବନେଶ୍ଵର : ବୁଧବାର ରାଜ୍ୟରେ ଛେଚିବ ବର୍ଷା, ୨୦ ସୁଦ୍ଧା ଅଧା ଓଡ଼ିଶା ଛୁଇଁବ ମୌସୁମୀ
  • ||
  • ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା : ମୁକୁଳା ଡ୍ରେନ୍‌ର ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ, ୭ ଦିନ ଭିତରେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||

ଏହି ରାଶିର ବ୍ୟକ୍ତିଙ୍କ ଧନ, ମାନ, ସମ୍ମାନ, ସୁଖାଦ୍ୟ ଏବଂ ସୁବସନ ପ୍ରାପ୍ତି ହେବ

ମେଷ : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ନୂତନ ଭୂମି, ମୂଲ୍ୟବାନ ଧାତୁ କ୍ରୟ କରିବେ କିମ୍ବା ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୦୬, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସମସ୍ତ ଈପ୍‌ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପଦମର୍ଯ୍ୟାଦା ଅକ୍ଷୁଣ୍ଣ ରହିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୦୪, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ସକାଳ ୭ଟା ୫୬ ମିନିଟ୍‌ ପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଦେହ ମନ ସୁସ୍ଥ ରହିବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବେ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୦୬, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ସକାଳ ୭ଟା ୫୬ ମିନିଟ୍‌ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୦୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା ନୂତନ ଭୂମି କ୍ରୟ ଓ ବିଦେଶ ଯାତ୍ରା କରିପାରନ୍ତି । ଆକସ୍ମିକ ଧନଲାଭ କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିôବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିପାରେ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୦୩, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : ସକାଳ ୭ଟା ୫୬ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ଓ ସମସ୍ତ କର୍ମ ବିବାଦୀୟ ହେବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । କର୍ମ ପ୍ରତି ଅନାଗ୍ରହ ଭାବ ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ବିପଦ ଆସିପାରେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୦୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା: ସକାଳ ୭ଟା ୫୬ ମିନିଟ୍‌ ପରେ ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଆର୍ଥିକ କର୍ମରେ ଅଧିକ ଆଗ୍ରହ ରହିବ । ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ ।

ବିଛା :  ଘାତବାର, ସକାଳ ୭ଟା ୫୬ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚ ସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୬, ଆରାଧନା : ହନୁମାନ ।

ଧନୁ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମା’ ତାରା ।

ମକର : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ପ୍ରତି ଦୁର୍ବଳତା ପ୍ରକାଶ ପାଇବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ଫାଇବେ । 

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

କୁମ୍ଭ : ସକାଳ ୭ଟା ୫୬ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା ଓ କର୍ମକୁ ନେଇ ପ୍ରଶଂସିତ ହେବେ ଓ ପିତାମାତାଙ୍କ କୃପାଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା :  ମା’ ଭୈରବୀ ।

ମୀନ : ଘାତବାର ଓ ସକାଳ ୭ଟା ୫୬ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ ଠକାମି ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ 

ଯୋଗାଯୋଗ : ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.