ପ୍ରମୂଖ ଖବର
  • ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର୍ କୈଳାଶ ଚନ୍ଦ୍ର ସାହୁ , ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍
  • ||
  • ରାଜନଗରରେ ମାଡ଼ ହେବ "ଦାନା'! ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ସ୍ଥଳଭାଗ ଛୁଇଁବ
  • ||

ଏହି ରାଶିର ବ୍ୟକ୍ତି ହୃତଧନ ଫେରିପାଇବେ

ମେଷ : ଘାତବାର ଏବଂ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୬, ଆରାଧନା: ପ୍ରଭୁ : ଶ୍ରୀଜଗନ୍ନାଥ ।

ବୃଷ : ଶ୍ରୀଚନ୍ଦ୍ର ଏବଂ ସକାଳ ୬ଟା ୪୬ ମିନିଟ୍‌ ପରେ ଘାତତିଥି ଯୋଗୁ ଘାତତିଥିର ପ୍ରଭାବ ରହିବ ନାହିଁ । ରବି ଓ ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ ମାତଙ୍ଗୀ । 

ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଏକାଦଶ ଚନ୍ଦ୍ର, ରବିବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ନୂତନ କର୍ମାରମ୍ଭ, ବିଦେଶ ଯାତ୍ରା ଓ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ । 

ସିଂହ : ଦଶମ ଚନ୍ଦ୍ର, ରବିବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ଆଗ୍ରହ ରହିବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ମା’ ମାଣିକେଶ୍ୱରୀ ।

କନ୍ୟା : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନ ଅସ୍ଥିରତା, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା: ୮, ଆରାଧନା: ମା’ ଷୋଡ଼ଶୀ ।

ତୁଳା : ଅଷ୍ଟମ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।

ବିଛା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଦାମ୍ପତ୍ୟ ଜୀବନରେ ଝଡ଼ର ସୂତ୍ରପାତ ହେବ । ପରିଚିତ ମହିଳାଙ୍କଠାରୁ ଅପମାନ ଏବଂ ତାଙ୍କ ଯୋଗୁ ବିପଦରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଶତ୍ରୁ, ଦୁଃଖ, ଶୋକ ଓ ଅବସାଦରୁ ମୁକ୍ତ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।

ମକର :  କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ସକାଳ ୮ଟା ୩୧ ମିନିଟ୍‌ ପରେ ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଶ୍ରବଣା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

କୁମ୍ଭ :  ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମହତ୍‌ ଜନଙ୍କ ସାନ୍ନିଧ୍ୟ ଲାଭ କରିବେ ।  ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

ମୀନ : ତୃତୀୟ ଚନ୍ଦ୍ର, ରବିବାର ଏବଂ ରବି, ଚନ୍ଦ୍ର ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ଦୃଢ଼ ଇଚ୍ଛାଶକ୍ତି ଏବଂ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସହ ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।  

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ମାତଙ୍ଗୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ  : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.