ମେଷ : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଶରୀରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା, ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସକହର୍ମୀଙ୍କ ସହଯୋଗ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ପୂର୍ବାହ୍ନ ୧୧ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ କ୍ଷତି, ବାଣିଜ୍ୟ, ବ୍ୟବସାୟରେ ବିପର୍ଯ୍ୟୟ ଏବଂ କର୍ମରେ ବହୁବିଧ ସମସ୍ୟା ଉପୁଯିବ । ଏହା ପରେ ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର କୃତ୍ତିକା ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: କଫି, ସଂଖ୍ୟା : ୦୪, ଆରାଧନା : ମା’ ଗାୟତ୍ରୀ ।
ମିଥୁନ : ପୂର୍ବାହ୍ନ ୧୧ଟା ୫୪ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର, ଘାତତିଥି ଏବଂ ଏହା ପରେ ଚତୁର୍ଥ ଚନ୍ଦ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଭାଇଭଉଣୀ, ସ୍ୱଜନ, ପରିଜନଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୦୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
କର୍କଟ : ଦିବା ୧୧ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଘାତ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ିବେ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଉପୁଯିବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ରୋଗ, ଶୋକ ଏବଂ ଅବସାଦମୁକ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ଧଳା, ସଂଖ୍ୟା: ୦୨, ଆରାଧନା : ଭଗବାନ ଶିବ ।
ସିଂହ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ରବିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଦୃଢ଼ ଇଚ୍ଛାଶକ୍ତି ଓ ମନରେ ବିଶ୍ୱାସ ବୃଦ୍ଧି ପାଇବ । ଧନ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ଲାଲ୍, ସଂଖ୍ୟା : ୧୧, ଆରାଧନା: ମା’ ମାତଙ୍ଗୀ ।
କନ୍ୟା : ଦ୍ୱାଦଶ ଚନ୍ଦ୍ର, ଦିବା ୧୧ଟା ୫୫ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବ୍ୟବସାୟରେ ସ୍ୱଳ୍ପ ଆୟ ହେବ । ସେ ସମୟ ପରେ ଶ୍ରୀଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ଘାତତିଥି ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସକହର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଚକୋଲେଟ୍, ସଂଖ୍ୟା : ୬, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।
ତୁଳା : ଦିବା ୧୧ଟା ୫୫ ମିନିଟ୍ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ଆଶାତୀତ ସଫଳତା ମିଳିବ । ଏହା ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅର୍ଜିଥିବା ଆୟ ବଦ୍ଖର୍ଚ୍ଚରେ ଯିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବହୁବିଧ ସମସ୍ୟା ଓ ବିଘ୍ନ ଦେଖାଦେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲଭର, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଘାତବାର ଏବଂ ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତପକ୍ଷର ପ୍ରଭାବ ରହିବ ନାହିଁ । ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ସଫଳତା ଓ ସମ୍ମାନ ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ଧନୁ: ଘାତବାର ଏବଂ ନବମ ଓ ଦଶମ ଚନ୍ଦ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ନାହିଁ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୨, ଆରାଧନା : ମା’ ତାରା ।
ମକର : ଦିବା ୧୧ଟା ୫୪ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଓ ଅଷ୍ଟମୀ ତିଥି ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବରେ ଚିନ୍ତା କରିବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ କର୍ମରେ ବାଧାବିଘ୍ନ ଦେଖାଦେବ । ଏହାପରେ ନବମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ଅବସାଦରୁ ମୁକ୍ତ ହେବେ । ଯଶ, ସମ୍ମାନ ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ ଓ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିବ । ଯେଉଁମାନଙ୍କର ଶ୍ରବଣା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଦିବା ୧୧ଟା ୫୪ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ପରିବାରରେ ସୁଖ,ଶାନ୍ତି, ବାଣିଜ୍ୟ, ବ୍ୟବସାୟରେ ମଧ୍ୟମ ବ୍ୟୟ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହାପରେ ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଓ ବିଷ୍ଟୀକରଣ ହେତୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ଦୁର୍ଘଟଣା ଏବଂ ଶାରୀରିକ ପୀଡ଼ା ଭୋଗିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବାଧାବିଘ୍ନ ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
ମୀନ : ଘାତବାର ଏବଂ ଷଷ୍ଠ ଓ ସପ୍ତମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ରହିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦମର୍ଯ୍ୟାଦା ଅତୁଟ ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ,
ଯୋଗାଯୋଗ : ୯୪୩୭୧୩୩୪୭୩