ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଏହି ରାଶିର ବ୍ୟକ୍ତି କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ

ମେଷ : ଏକାଦଶ ଚନ୍ଦ୍ର, ଗୁରୁବାର ଏବଂ ଦିବା ୧୧ଟା ୩୬ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ସମ୍ପଦ ବୃଦ୍ଧି ପାଇବ ଏବଂ ଆକସ୍ମିକ ଧନଲାଭ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଶିଖବ ଛୁଇଁବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୫, ଆରାଧନା : ମା’ ଚଣ୍ଡୀ ।

ବୃଷ : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ପିତାମାତାଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ମତାନ୍ତର ଏବଂ ତାଙ୍କର ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ:   କଫି, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଅଷ୍ଟମ ଚନ୍ଦ୍ର, ଘାତତିଥି ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ମନରେ ଅସ୍ଥିରତା, ପରିବାରରେ ମନମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧା ବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା : ଭଗବାନ ଶିବ ।

ସିଂହ : ସପ୍ତମ ଚନ୍ଦ୍ର, ଗୁରୁବାର ଦିବା ୧୧ଟା ୩୭ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ଧନ ଓ ସାହାଯ୍ୟ, ସହଯୋଗ ମିଳିବ । ଆକସ୍ମିକ ଧନଲାଭ ଏବଂ ମୂଲ୍ୟବାନ ରତ୍ନ, ଧାତୁ ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା : ୩, ଆରାଧନା: ମା’ ମାତଙ୍ଗୀ ।

କନ୍ୟା : ଷଷ୍ଠ ଚନ୍ଦ୍ର, ଷଷ୍ଠୀ ତିଥି ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ଅବସାଦରୁ ମୁକ୍ତ ହେବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କୁ ବଶୀଭୂତ କରିବାରେ ଶକ୍ତି ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଘାତବାର, ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, ଚାଲିଚଳନ ଓ ବ୍ୟବସାୟକୁ ନେଇ ଚିନ୍ତିତ ହେବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା :   ଚତୁର୍ଥ ଚନ୍ଦ୍ର, ଗୁରୁବାର ଏବଂ ଦିବା ୧୧ଟା ୩୭ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ ଫେରିପାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧକ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା :  ମା’ ବଗଳାମୁଖୀ ।

ଧନୁ : ତୃତୀୟ ଚନ୍ଦ୍ର, ଗୁରୁବାର ଏବଂ ଦିବା ୧୧ଟା ୩୭ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ମନରେ ବୃଢ଼ ମନୋବଳ ଓ ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ମିଳିବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ଉପକୃତ ହେବେ ।  ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର ବେଳେ ସତର୍କ ହେବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା :  ମା’ କାଳୀ ।

କୁମ୍ଭ : ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ ଓ ସମସ୍ତଙ୍କର ସହଯୋଗ ମିଳିବ । ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ଘାତବାରର ପ୍ରଭାବ ରହିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’  ଦୁର୍ଗା ।

ମୀନ : ଘାତଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ,

ଯୋଗାଯୋଗ : ୯୪୩୭୧୩୩୪୭୩

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.