ଆନନ୍ଦପୁର,୧୪/୦୫: ଆନନ୍ଦପୁର ବ୍ଲକ କୋଡାପଡାର ପଳେଇ ସାହିରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୩ ବଖରା ଘର ଜଳିଯାଇଛି । ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ଆନନ୍ଦପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
ସୂଚନା ମୁତାବକ, ମଙ୍ଗଳବାର ବିଳମ୍ବିତ ରାତିରେ ଶୁକଦେବ ଓଝା ଓ ତାଙ୍କ ପରିବାର ଲୋକେ ଘରେ ଶୋଇଥିଲେ । ସମସ୍ତେ ଶୋଇଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡରୁ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଥିବାବେଳେ ୩ ବଖରା ଘର ପୋଡି ପାଉଁଶ ହୋଇଛି । ଏହି ଘଟଣା ସମ୍ପର୍କରେ ଖବର ପାଇବା ପରେ ଆନନ୍ଦପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛି । ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।