ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଦ୍ୱାରଶୁଣି ଘାଟି ରାସ୍ତାରେ ଓଲଟିଲା ଆଇରନ ବୋଝେଇ ଟ୍ରକ୍; ଚାଳକ ମୃତ, ହେଲପର୍ ଗୁରୁତର

ବାଙ୍ଗିରିପୋଷି, ୧/୯: ଦ୍ୱାରଶୁଣି ଘାଟି ରାସ୍ତାରେ ଏକ ଆଇରନ ବୋଝେଇ ଟ୍ରକ୍ ଓଲଟି ପଡ଼ିଥିବା ଜଣାପଡ଼ିଛି । ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥର ଦ୍ୱାରାଶୁଣି ଘାଟି ରାସ୍ତାରେ ଏକ ଆଇରନ୍ ବୋଝେଇ ଟ୍ରକ୍ ଓଲଟି ପଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକ ଜଣକ ମୃତ୍ୟୁ ଘଟିଛି । ଅନ୍ୟପଟେହେଲପର ଜଣକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ୟୁପି ୧୨ ଏଟି ୧୪୯୩ ନଂ ବିଶିଷ୍ଟ ଏକ ଆଇରନ ବୋଝେଇ ଟ୍ରକ୍ କଲିକତା ଅଭିମୁଖେ ଯାଉଥିବା ବେଳେ ଦ୍ୱାରଶୁଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ସୁରକ୍ଷା ପାଚେରୀରେ ବାଡ଼େଇ ହୋଇ ଓଲଟି ପଡ଼ିଥିଲା । 

ଫଳରେ ଉଭୟ ଚାଳକ ଓ ହେଲପର୍ ଟ୍ରକ୍ ମଧ୍ୟରେ ଚାପି ହୋଇ ଯାଇଥିଲେ । ଖବର ପାଇ ବାଙ୍ଗିରିପୋଷି ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । କଟର ମେସିନ୍ ସାହାଯ୍ୟରେ ଦୁର୍ଘଟଣାଗ୍ରସ୍ତ ଟ୍ରକ୍ ମଧ୍ୟରୁ ହେଲପରକୁ ଗୁରୁତର ଆହତ ଅବସ୍ଥାରେ ଜୀବିତ ଉଦ୍ଧାର କରି ଜାତୀୟ ରାଜପଥ ଆମ୍ବୁଲାନ୍ସ ସାହାଯ୍ୟରେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ତେବେ ଟ୍ରକ୍ ଓ ଆଇରନ ଭିତରେ ଚାପି ହୋଇ ରହିଥିବା ଚାଳକଙ୍କୁ ଦୀର୍ଘ ସମୟ ଧରି ପ୍ରଚେଷ୍ଟା ପରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ମୃତ ଅବସ୍ଥାରେ ତାଙ୍କୁ ଉଦ୍ଧାର କରିଥିଲେ । ଦୁର୍ଘଟଣା ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ଯାନବାହାନ ଅଟକି ରହିଥିଲା । ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ହଟାଇ ଯାତାୟାତ ସ୍ୱାଭାବିକ କରିଥିଲେ ।  

 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.