ପ୍ରମୂଖ ଖବର
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଆରାଧ୍ୟା ବଚ୍ଚନ, ଗୁଗଲକୁ ଜାରି ହେଲା ନୋଟିସ୍

Published By : Prameya | February 4, 2025 9:16 AM

ନୂଆଦିଲ୍ଲୀ ୦୪/୦୨: ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟା ବଚ୍ଚନ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଭୁଲ ରିପୋର୍ଟକୁ ନେଇ ପୁଣି ଥରେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦାଖଲ ହୋଇଥିବା ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଗୁଗୁଲକୁ ନୋଟିସ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ ରେ ଦିଲ୍ଲୀ ହାଇକୋର୍ଟରେ ହେବ।

ରିପୋର୍ଟ ଅନୁଯାୟୀ, କିଛି ୟୁଟ୍ୟୁବ୍ ଚ୍ୟାନେଲରେ ଆରାଧ୍ୟାଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧରେ ଅନେକ ଭୁଲ ଖବର ଦେଇଥିଲା। କୁହାଯାଇଥିଲା ଯେ ଆରାଧ୍ୟା ବହୁତ ଅସୁସ୍ଥ ଅଛନ୍ତି। ଏଥିରେ ଅସନ୍ତୋଷ ବ୍ୟକ୍ତ କରି ବଚ୍ଚନ ପରିବାର ୨୦୨୩ ମସିହାରେ ହାଇକୋର୍ଟରେ ଆବେଦନ କରିଥିଲେ। ଏହି ଭିଡିଓଗୁଡିକ ହଟାଇବାକୁ ସେ ଦାବି କରିଥିଲେ। ଏହାପରେ ଏପ୍ରିଲ୍ ୨୦୨୩ ରେ, ଦିଲ୍ଲୀ ହାଇକୋର୍ଟ ଆରାଧ୍ୟା ବଚ୍ଚନଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧରେ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଥିବା ବିଭ୍ରାନ୍ତିକର ତଥ୍ୟ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହି ଭିଡିଓ ଏ ପର୍ଯ୍ୟନ୍ତ ହଟାଯାଇନାହିଁ । 

ବର୍ତ୍ତମାନ ନୂତନ ଆବେଦନରେ ଆରାଧ୍ୟା ବଚ୍ଚନ ଅଭିଯୋଗ କରିଛନ୍ତି ଯେ ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିଭ୍ରାନ୍ତିକର ତଥ୍ୟ ସୋସିଆଲ ମିଡିଆରୁ ସମ୍ପୂର୍ଣ୍ଣ ରୂପେ ହଟାଯାଇ ନାହିଁ। ଆରାଧ୍ୟାଙ୍କ ଆବେଦନ ପରେ ଗୁଗୁଲକୁ କୋର୍ଟ ନୋଟିସ ଜାରି କରିଛନ୍ତି। ବର୍ତ୍ତମାନ ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୭ ରେ ଦିଲ୍ଲୀ ହାଇକୋର୍ଟରେ ହେବ। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.