ପ୍ରମୂଖ ଖବର
  • ଭୁବନେଶ୍ୱର : ସହି ପାରିଲେନି ଘର ମାଲିକଙ୍କ ନିର୍ଯାତନା, ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ
  • ||
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଭଦ୍ରକ ମେଡିକାଲରେ ଅଘଟଣ, ଲିଫ୍ଟରେ ଚାପି ହୋଇ ଚାଲିଗଲା ରୋଗୀଙ୍କ ଜୀବନ

Published By : Harapriya Sethi | April 24, 2025 9:33 AM

ଭୁବନେଶ୍ୱର, ୨୪/୦୪: ଭଦ୍ରକ ମେଡିକାଲରେ ଅଘଟଣ । ଲିଫ୍ଟରେ ଫସି ଜଣେ ରୋଗୀଙ୍କର ମୃତ୍ୟୁ ହୋଇଛି । ମୃତ ରୋଗୀଙ୍କ ନାମ ମୀନତି ପରିଡ଼ା ବୋଲି ଜଣାପଡିଛି । ଏହି ଘଟଣା ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି ।

ସୂଚନା ମୁତାବକ, ଭଦ୍ରକ ଗ୍ରାମାଞ୍ଚଳ ଥାନା ରାନ୍ଦିଆ ନରସିଂହପୁର ମୀନତି ପରିଡ଼ା ହଠାତ୍‌ ଅଣନିଶ୍ୱାସୀ ଅନୁଭବ କରିଥିଲେ । ଏହାପରେ ପରିବାର ଲୋକେ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ଜିଲ୍ଲା ମେଡିକାଲରେ ଭର୍ତ୍ତି କରିଥିଲେ । ପରେ ତାଙ୍କୁ ପ୍ରାଥମିକ ଚିକିତ୍ସା କରି ମେଡିସିନ ଓ୍ୱାର୍ଡକୁ ନିଆଯାଉଥିଲା । ଲିଫ୍ଟ ନିକଟରେ କୌଣସି ଷ୍ଟାନ୍‌ନଥିଲେ । ଯାହାଫଳରେ ଲିଫ୍ଟଟି ହଠାତ୍‌ ଉପରକୁ ଉଠିଯାଇଥିଲା । ଶେଷରେ ମୀନତିଙ୍କର ଲିଫ୍ଟରେ ଚାପି ହୋଇ ମୃତ୍ୟୁ ହୋଇଛି । ଯାହାପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି । ୟାହା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.