ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ

Published By : Prameya | May 22, 2025 12:31 PM

ବାଙ୍ଗିରିପୋଷି,୨୨/୫ : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ଦୁର୍ଘଟଣା। ୫୦ ଫୁଟ ତଳକୁ ଖସିଲା ଟ୍ରକ୍। ଡ୍ରାଇଭର୍ ମୃତ। 

ସୂଚନା ଅନୁସାରେ, ଏକ ପ୍ଲାଷ୍ଟିକ ଦାନା ବୋଝେଇ ଟ୍ରକ୍ କଲିକତା ଅଭିମୁଖେ ଯାଉଥିବା ବେଳେ ଦ୍ୱାରଶୁଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ୫୦ ଫୁଟ ତଳକୁ ଖସିପଡିଥିଲା। ଫଳରେ ଟ୍ରକ୍‌ର କେବିନ ଭିତରେ ଡ୍ରାଇଭର୍ ଜଣଙ୍କ ଚାପି ହୋଇ ଯାଇଥିଲେ। ଘଟଣା ସ୍ଥଳରେ ବାଙ୍ଗିରିପୋଷି ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଁଚି ଦୀର୍ଘ ସମୟ ପରିଶ୍ରମ ପରେ ଟ୍ରକର ଭଗ୍ନାବଶେଷକୁ କଟର ସାହାଯ୍ୟରେ କାଟି ଡ୍ରାଇଭର୍‌ଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ଜଣଙ୍କ ହେଉଛନ୍ତି ହରିୟାଣାର ବିଛୁ ଅଞ୍ଚଳର ଉସମାନ ଖାନ। ସେପଟେ ଦୁର୍ଘଟଣା ଯୋଗୁଁ କିଛି ସମୟ ପାଇଁ ରାଜପଥରେ ଯାତାୟାତ ବନ୍ଦ ହୋଇଯାଇଥିଲା। ବାଙ୍ଗିରିପୋଷି ପୁଲିସ ପ୍ରଚେଷ୍ଟାରେ ପୁଣିଥରେ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଥିଲା।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.