ପ୍ରମୂଖ ଖବର
  • ବିଜେଡିର ୬ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା, ଭୁବନେଶ୍ୱର ଦାୟିତ୍ୱରେ ଅଶୋକ ପଣ୍ଡା
  • ||
  • ବୌଦ୍ଧ : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ: ବାପା ମୃତ, ପୁଅ ଗୁରୁତର
  • ||
  • ମାଲକାନଗିରି : ସେୟାର ମାର୍କେଟରେ ଟ୍ରେଡିଂ ନାଁରେ ୮୦ ଲକ୍ଷ ଲୁଟ୍‌, ଅଭିଯୁକ୍ତ ଗିରଫ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାରୁ ଭିଣୋଇକୁ କଟୁରୀରେ ହାଣିଲା ଶାଳକ ଆକ୍ରମଣ, ଥାନାରେ ଅଭିଯୁକ୍ତର ଆତ୍ମ ସମର୍ପଣ
  • ||
  • ଅନୁଗୁଳ : ୨୬ ତାରିଖରୁ ନିଖୋଜ ହୋଇଥିଲେ ଯୁବତୀ, ଗାଁ ପାଖ ବିଲରୁ ମିଳିଲା ମୃତଦେହ
  • ||
  • ନିଟ୍‌-ୟୁଜି ଦେଲେ ୨୦.୮ ଲକ୍ଷ ଶିକ୍ଷାର୍ଥୀ, ୩ ବର୍ଷ ହେଲା ବଢ଼ୁଛି ପଞ୍ଜୀକରଣ
  • ||
  • ସୁବର୍ଣ୍ଣପୁର : ବ୍ରିଜ୍‌ ନିର୍ମାଣ କାମ କରିବା ବେଳେ ଅଘଟଣ, ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ମୃତ୍ୟୁ
  • ||

ଗାଧୋଇବା ବେଳେ ଅଘଟଣ, ଚନ୍ଦ୍ରଭାଗାରେ ବୁଡ଼ି ଯାଉଥିବା ପର୍ଯ୍ୟଟକ ଉଦ୍ଧାର

Published By : Harapriya Sethi | May 1, 2025 10:09 AM

କୋଣାର୍କ,୦୧/୦୫: କୋଣାର୍କ ଚନ୍ଦ୍ରଭାଗାରେ ଜଣେ ପର୍ଯ୍ୟଟକ ବୁଡି ଯାଉଥିବାବେଳେ ଉଦ୍ଧାର ହୋଇଛନ୍ତି । ଯୁବକ ଜଣକ ହେଉଛନ୍ତି ବିହାର ଜହାନବାଦର ଅମନ କୁମାର (୨୫) । ତାଙ୍କୁ କୋଣାର୍କ ଚମ୍ପାହାର ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲେ । 

ସୂଚନା ମୁତାବକ, ଗୁରୁବାର ବିହାର ଜହାନବାଦର ଅମନ କୁମାର କୋଣାର୍କ ଓ ଚନ୍ଦ୍ରଭାଗା ପରିଦର୍ଶନରେ ଆସି ଚନ୍ଦ୍ରଭାଗା ସମୁଦ୍ରରେ ଗାଧୋଉଥିଲେ। ଏହି ସମୟରେ ସମୁଦ୍ର ଜୁଆରରେ ବୁଡି ଯାଇଥିଲେ । ଲାଇଫ୍ ଗାର୍ଡ ଦେଖି ତୁରନ୍ତ ତାଙ୍କୁ ଉଧାର କରି କୂଳକୁ ଆଣିଥିଲେ । ଘଟଣା ସମ୍ପର୍କରେ ଖବର ପାଇ କୋଣାର୍କ ଚମ୍ପାହାର ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ଗୁରୁତର ଅବସ୍ଥାରେ ଅମନଙ୍କୁ ପ୍ରଥମେ ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ଭୁବନେଶ୍ଵର ନିଆଯାଇଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.