ପ୍ରମୂଖ ଖବର
  • ମୟୂରଭଞ୍ଜରୁ ଅପହରଣ ଯାଜପୁରରୁ ୪ ବର୍ଷର ଶିଶୁକନ୍ୟା ଉଦ୍ଧାର, ଠକ କିନ୍ନର ଏବଂ ସହଯୋଗୀ ଗିରଫ
  • ||
  • ସୋମବାର ହେବ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
  • ||
  • ଦେବଗଡ଼ : ଝୁଲନ୍ତା ଅବସ୍ଥାରେ ଅଜଣା ଶବ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଅର୍ଚ୍ଚନା-ଜଗବନ୍ଧୁ ସମ୍ପର୍କରେ ନୂଆ ମୋଡ଼, ଛାଡପତ୍ର ପାଇଁ ଫ୍ୟାମିଲି କୋର୍ଟରେ ଆବେଦନ
  • ||
  • ୨୧ରେ ମହାପ୍ରଭୁଙ୍କ ପଇତା ଲାଗି ଓ ୨୩ରେ ବନକଲାଗି ନୀତି, ଶ୍ରୀମନ୍ଦିରରେ ଦର୍ଶନ କଟକଣା
  • ||
  • କଟକ : ଦୋକାନକୁ ମାଡ଼ିଗଲା ଟ୍ରାକ୍ଟର, ଅଳ୍ପକେ ବଞ୍ଚିଗଲେ ପାନ ଦୋକାନୀ
  • ||
  • ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
  • ||
  • ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ବୈତରଣୀ ନଦୀ ପଠା ମଶାଣିରୁ ଶବ ଚୋରି ଅଭିଯୋଗ, ମୃତଦେହ ପୋତା ସ୍ଥାନରେ ପଡ଼ିଛି ମଦ ବୋତଲ

Published By : Harapriya Sethi | April 10, 2025 12:21 PM

ଭୁବନେଶ୍ୱର,୧୦/୦୪: ମଶାଣିରୁ ଶବ ଚୋରି ଅଭିଯୋଗ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧୀନ ମଣିନାଥପୁର ବୈତରଣୀ ନଦୀ ପଠା ସ୍ଵର୍ଗଦ୍ଵାର ନିକଟରେ ଏଭଳି ଦେଖିବାକୁ ମିଳିଛି । ମଶାଣିରୁ ଶବ କିଏ ନେଇଛି ତାହା ଏବେବି ଅସ୍ପଷ୍ଟ ରହିଛି । 

ସୂଚନା ମୁତାବକ, ମଣିନାଥପୁର ଗ୍ରାମର ଶ୍ରୀମନ୍ତ ସାମଲଙ୍କ ସ୍ତ୍ରୀ ରୁକ୍ମଣୀ ସାମଲଙ୍କ ମୃତଦେହକୁ ଗାଁ ନିକଟ ବୈତରଣୀ ନଦୀ ପଠା ସ୍ଵର୍ଗଦ୍ଵାର ଶ୍ମଶାନରେ ପାରମ୍ପରିକ ରୀତି ଅନୁଯାୟୀ ଗାତ ଖୋଳି ପୋତି ଦିଆଯାଇଥିଲା । ତେବେ ଦଶାହ କର୍ମ ପାଇଁ ଆବଶ୍ୟକୀୟ ଦଶାହ କର୍ମ ଦୀପ ନେଇ ମା’ଙ୍କ ଶବ ପୋତିଥିବା ବୈତରଣୀ ନଦୀ ନିକଟ ସ୍ଵର୍ଗଦ୍ଵାର ଶ୍ମଶାନକୁ ଯାଇଥିଲେ ପୁଅ ତାପସ ଓ ସମ୍ପର୍କୀୟ । ତେବେ ତାପସ ସେଠାରେ ପହଞ୍ଚି ଦେଖିଲେ ମା’ଙ୍କ ଶବ ପୋତା ସ୍ଥାନ ଖୋଳାଯାଇଛି । ସମ୍ପର୍କୀୟ ଓ ଗାଁ ଲୋକ ଅନେକ ଖୋଜାଖୋଜି କଲେ କିନ୍ତୁ ଶବ ମିଳିଲା ନାହିଁ । ଶବ ପୋତା ସ୍ଥାନରେ ମଦ ବୋତଲ ପାଣି ବୋତଲ ପଡ଼ିଥିବା ଦେଖିବାକୁ ମିଳିଥିଲା । ଗାତ ନିକଟରୁ ଶବଟିକୁ ଘୋଷାଡି ଘୋଷାଡି ନେଇଥିବା ନେଇ ଅଭିଯୋଗ ହୋଇଛି । ତେବେ ଏ ନେଇ ମୃତ ରୁକ୍ମିଣୀଙ୍କ ସ୍ବାମୀ ଶ୍ରୀମନ୍ତ ସାମଲ ସ୍ଥାନୀୟ ଥାନାରେ ଅଭିଯୋଗ କରିଥିବା ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.