ପ୍ରମୂଖ ଖବର
  • କୋଣାର୍କ ଯାତ୍ରୀ ନିବାସରେ ରଜ ପିଠା ଷ୍ଟଲ୍, ଦୋଳିରେ ଝୁଲିଲେ ପର୍ଯ୍ୟଟକ
  • ||
  • ବରଗଡ଼ : ଭେଉଁରିଆ ଗାଁରେ ଅଭାବନୀୟ ଘଟଣା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ
  • ||
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ସମ୍ପର୍କୀୟ ଦାଦା ଗିରଫ

Published By : Anindita Ratha | June 11, 2025 11:09 AM

ନିଶ୍ଚିନ୍ତକୋଇଲି,୧୧/୦୬:କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଯମରା ଗ୍ରାମରେ  ଅଭାବନୀୟ ଘଟଣା । ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏହି ଘଟଣାରେ ନେମାଳ ଥାନା ପୁଲିସ ଅଭିଯୁକ୍ତ ସମ୍ପର୍କୀୟ ଦାଦାକୁ ଗିରଫ କରିଛି ।

ସୂଚନା ମୁତାବକ,ଯମରା ଗ୍ରାମର ଜଣେ ଭିନ୍ନକ୍ଷମ ନାବାଳିକା ଘରେ ଏକୁଟିଆ ଥିବାର ସୁଯୋଗ ନେଇ ତାଙ୍କର ସମ୍ପର୍କୀୟ ଦାଦା ନିରଞ୍ଜନ ରାଉତ ଦୁଷ୍କର୍ମ କରିଥିବାର ନେମାଳ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ନେମାଳ ଥାନା ପୁଲିସ ଅଭିଯୁକ୍ତ ନିରଞ୍ଜନ ରାଉତକୁ ଗିରଫ କରିଥିବାର ଜଣାପଡ଼ିଛି। ତେବେ ନିରଞ୍ଜନ ସ୍ଥାନୀୟ ଅଞ୍ଚଳର ଜଣେ ଲୋକ ପ୍ରତିନିଧିଙ୍କ ଏକାନ୍ତ ଅନୁଗତ ହୋଇଥିବାରୁ ତାଙ୍କୁ ଛାଡ଼ିଦେବା ନିମନ୍ତେ ପୁଲିସ ଉପରେ ରାଜନୈତିକ ଚାପ ପଡୁଥିବାର ସାଧାରଣରେ ଚର୍ଚ୍ଚା ହେଉଛି । ଘଟଣାର ସମ୍ବେଦନଶୀଳତା‌ ଦୃଷ୍ଟିରୁ ପୁଲିସ ଗୁପ୍ତ‌ ଭାବେ ତଦନ୍ତ ଜାରି ରଖିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.