ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍

Published By : Prameya | May 14, 2025 4:33 PM

ଫୁଲବାଣୀ,୧୪/୫ : ଏକ ନାବାଳିକା ଦୁଷ୍କର୍ମ ମାମଲାର ଶୁଣାଣି କରି ଫୁଲବାଣୀ ଫାଷ୍ଟ୍ ଟ୍ରାକ୍ ‌ପୋକସୋ କୋର୍ଟ ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ ଜେଲଦଣ୍ଡ ଆଦେଶ ଦେଇଛନ୍ତି । ଏଥିସହ ଦୋଷୀକୁ ୧୧ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୧ବର୍ଷ ୩ ମାସ ଜେଲ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବାଲିଗୁଡ଼ା ଥାନା ନୂଆସାହି- ପିପଲସାହିର ତାଜୁ ନାୟକ(୨୫)। 

ସୂଚନା ଅନୁସାରେ ଗତ ୨୦୨୧ଜୁନ ୧୪ତାରିଖରେ ଅଭିଯୁକ୍ତ ବିବାହର ପ୍ରଲୋଭନ ଦେଖାଇ ପୀଡ଼ିତାଙ୍କ ଇଛା ବିରୁଦ୍ଧରେ ତାଙ୍କ ସହ ଦୁଷ୍କର୍ମ କରିଥିଲା। ଏହାପରେ ଏକ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ବ୍ଳାକ୍ ମେଲିଂ ସହିତ ଏସିଡ୍ ପକାଇ ଦେବି କହି  ଛୁରୀ ଦେଖାଇ ଦୁଷ୍କର୍ମ କରି ଚାଲିଥିଲା। ପୀଡିତା ଗର୍ଭବତୀ ହେବା ପରେ ସେ  ଗର୍ଭପାତ ମଧ୍ୟ କରାଇଥିଲା।

ପରେ ଗ୍ରାମ୍ୟ କମିଟିର ନିଷ୍ପତ୍ତି କ୍ରମେ ପିଡୀତାକୁ ସ୍ତ୍ରୀ ରୂପେ ଗ୍ରହଣ କରି ଘରକୁ ନେଇଥିଲା। କିନ୍ତୁ କିଛି ଦିନ ପରେ ଗାଳିଗୁଲଜ ଏବଂ ଶାରିରୀକ ନିର୍ଯାତନା ଦେଇ ବାପ ଘରୁ ଧନ ସମ୍ପତ୍ତି ଆଣିବାକୁ କହି ଘରୁ ବାହାର କରି ଦେଇଥିଲା। ଫଳରେ ପୀଡିତା ଜଣଙ୍କ ୧୦-୫-୨୦୨୩ରେ ବାଲିଗୁଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ   ୧୨୩/ ୨୩ରେ ଏକ ମାମଲା ରୁଜ୍ଜୁ କରିବା ସହ ଅଭିଯୁକ୍ତକୁ ଗିରଫ କରିଥିଲା। ଆଜି ଏହି ମାମଲାର ବିଚାର କରି ଫାଷ୍ଟ ଟ୍ରାକ ପୋକସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ  ୧୬ ଜଣ ସାକ୍ଷୀଙ୍କ ବୟାନ ଏବଂ ଡାକ୍ତରୀ ରିପୋର୍ଟ ଆଧାରରେ  ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡିତାଙ୍କୁ  କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାକୁ ସରକାରଙ୍କ ତରଫରୁ ସ୍ଵତନ୍ତ୍ର ପି.ପି.ବନମାଳୀ ବେହେରା ପରିଚାଳନା କରୁଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.