ପ୍ରମୂଖ ଖବର
  • କଳିଙ୍ଗନଗର : ମଝିଆଁ ଭାଇର ଖଣ୍ଡା ଚୋଟରେ ବଡ଼ ଭାଇ ଗୁରୁତର
  • ||
  • ପାଟଣାଗଡ଼ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ହୃତଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପତ୍ନୀ ବିୟୋଗ, ଚାରୁଶୀଳା ଆଚାର୍ଯ୍ୟଙ୍କ କରାଯିବ ଚକ୍ଷୁଦାନ
  • ||
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୨୫ ହଜାର ଟଙ୍କାର ଜରିମାନା

Published By : Rasmita Pradhan | June 2, 2025 2:59 PM

ସୁନ୍ଦରଗଡ଼, ୦୨/୦୬ : ହେମଗିରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାର ଆସିଲା ରାୟ। ନାବାଳିକା ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡାଦେଶ ସହ ୨୫ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଲେ ସୁନ୍ଦରଗଡ଼ ପୋକ୍ସୋ କୋର୍ଟ। ଜରିମାନା ଅନାଦେୟ ହେଲେ ଅଧିକ ଦେଢ ବର୍ଷ କାରାଦଣ୍ଡ ଭୋଗିବାକୁ ରାୟ ଦେଇଛନ୍ତି ପୋକ୍ସୋ କୋର୍ଟର ବିଚାରପତି। 

ସୂଚନାନୁଯାୟୀ, ହେମଗିରି ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ କୁତ୍ରା ଅଞ୍ଚଳର ଯୁବକ ଅର୍ଜ୍ଜୁନ ମୁଣ୍ଡା ପ୍ରେମ କରି ବିବାହ କରିବ ବୋଲି ପ୍ରତିଶୃତି ଦେଇ ଦେବଗଡ଼ ନେଇ ସେଠାରେ ଶାରିରୀକ ସମ୍ପର୍କ ରଖିଥିଲା। ଗୋଟିଏ ମାସ ଦେବଗଡ଼ରେ ରହି ସୁନ୍ଦରଗଡ଼ ଆସି ବନ୍ଧପାଲି ଗ୍ରାମରେ ଦୁହେଁ ଏକାସାଙ୍ଗେ ରହୁଥିଲେ। କିଛିଦିନ ପରେ ଅର୍ଜ୍ଜୁନ ନାବାଳିକାଙ୍କୁ ମାରପିଟ୍ କରି ଘରୁ ବାହାର କରି ଦେଇଥିଲା। ନାବାଳିକା ବାପଘରକୁ ଫେରି ଘଟଣା ସମ୍ପର୍କରେ ଜଣାଇବା ପରେ ୨୦୧୫ ମସିହା ସେପ୍ଟେମ୍ଵର ୨୧ ତାରିଖରେ ହେମଗିରି ଥାନାରେ ଦୁଷ୍କର୍ମ ଅଭିଯୋଗ କରିଥିଲେ। ହେମଗିରି ପୁଲିସ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୋକ୍ସୋ କୋର୍ଟରେ ଆଜି ଏହି ମାମଲାର ଶୁଣାଣି ହୋଇଛି। ମାନ୍ୟବର ବିଚାରପତି ୧୫ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରି ଆସାମୀକୁ ୧୦ ବର୍ଷ କାରାଦଣ୍ଡ ସହ ୨୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଦେଢ଼ ବର୍ଷ ଅଧିକ କାରାଦଣ୍ଡ ଭୋଗିବାକୁ ରାୟ ଦେଇଛନ୍ତି। ଏହାସହିତ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଡିଏଲସିସିକୁ ନିର୍ଦ୍ଦେଶ ଦେଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.