ପ୍ରମୂଖ ଖବର
  • ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପାରଳାଖେମୁଣ୍ଡି ସିଡିଏମଓ କାର୍ଯ୍ୟାଳୟର କିରାଣି, ପିଅନ
  • ||
  • ୭ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ରାଜ୍ୟରେ ଖୋଲିବ ଆଉ ୭ ନର୍ସିଂ କଲେଜ
  • ||
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ଦୃଷ୍ଟିହୀନ ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

Published By : Suraj Kumar | August 13, 2025 9:20 PM

ଭୁବନେଶ୍ବର,୧୩।୮ : ଜଣେ ଦୃଷ୍ଟିହୀନ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାର ବିଚାର କରି  ଝାରସୁଗୁଡ଼ା ଜିଲ୍ଲା  ପୋକ୍ସୋ କୋର୍ଟର ଅତିରିକ୍ତ ବିଚାରପତି ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ଏଥିସହ ୧୦ ହଜାର ଟଙ୍କାରେ ଅଭିଯୁକ୍ତଙ୍କୁ ଦଣ୍ଡିତ କରିଛନ୍ତି। 

ଗତ ମେ ମାସ ୨ ତାରିଖରେ ପୀଡିତା ନାବାଳିକା ଜଣକ ଅଭିଯୁକ୍ତଙ୍କ ଘରକୁ ଟେଲିଭିଜନ ଶୁଣିବାକୁ ଯାଇଥିଲେ। ଏହି ସମୟରେ ଅଭିଯୁକ୍ତଙ୍କ ପରିବାରର ସମସ୍ତ ସଦସ୍ୟ ଶୋଇ ପଡ଼ିଥିଲେ।  ଅଭିଯୁକ୍ତ ଜଣକ ନାବାଳିକାଙ୍କୁ ଦୁଷ୍କର୍ମ କରିଥିଲେ।  ଏହା ସହ ଘଟଣା ସଂକ୍ରାନ୍ତରେ ପ୍ରକାଶ କଲେ ପୀଡ଼ିତାଙ୍କୁ ହତ୍ୟା କରିବାକୁ ମଧ୍ୟ ଅଭିଯୁକ୍ତ ଧମକ ଦେଇଥିଲେ। ନାବାଳିକା ଜଣକ ଘଟଣା ସଂକ୍ରାନ୍ତରେ ପରିବାର ଲୋକଙ୍କୁ ଆସି କହିଥିଲେ। ନାବାଳିକାଙ୍କ ବାପା ରେଙ୍ଗାଲି ଥାନାରେ ଏ ନେଇ ଅଭିଯୋଗ କରିଥିଲେ। 

 ରେଙ୍ଗାଲି ଥାନାରେ  ପୁଲିସ ଏକ ମାମଲା ରୁଜୁ କରିଥିଲା। ପୁଲିସ ତ୍ବରିତ କାର୍ଯ୍ୟାନୁଷ୍ଠାନ ନେଇ ଅଭିଯୁକ୍ତକୁ ୮ ତାରିଖରେ ଗିରଫ କରିଥିଲା।  ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବାକୁ ପୋଲିସ ପକ୍ଷରୁ ଡିଏନଏ ବିଶ୍ଳେଷଣ ଏବଂ ଫୋରେନସିକ୍ ପ୍ରମାଣ ଭଳି ଅତ୍ୟାଧୁନିକ ବୈଜ୍ଞାନିକ କୌଶଳର ବ୍ୟବହାର କରାଯାଇଥିଲା। ଏହି ମାମଲାର ବିଚାର କରି  ବିଚାରପତି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରାଯାଇ ଆଜୀବନ କାରାଦଣ୍ଡ ଏବଂ ୧୦,୦୦୦ ଟଙ୍କା  ଜରିମାନା ଦଣ୍ଡିତ କରିଛନ୍ତି। ଏହା ସହ  କ୍ଷତିପୂରଣ ଯୋଜନା ଅଧୀନରେ ପୀଡିତାଙ୍କୁ ୧୦,୫୦,୦୦୦ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ କୋର୍ଟ ଆଦେଶ ଦେଇଛନ୍ତି। ଘଟଣାର ମାତ୍ର  ୯୯ ଦିନରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ  କରିବାରେ   ଝାରସୁଗୁଡା ପୋଲିସ ଉଲ୍ଲେଖନୀୟ ଭୁମିକା ଗ୍ରହଣ କରିଥିଲା।

ଝାରସୁଗୁଡା ଏସପି ସ୍ମିଥ ପି. ପରମାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ରେଙ୍ଗାଲି  ଥାନା ଓଆଇସି ସମରେନ୍ଦ୍ର ନାୟକ ଏହି ମାମଲାର ତଦନ୍ତ କରିଥିଲେ। ସରକାରୀ ଓକିଲ ପି. ଆର ସିଂହ ଦେଓ ଏହି ମାମଲା ପରିଚାଳନା କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.