ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌

ବାଲେଶ୍ଵର,୨୦/୦୯: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌ । ବାଲେଶ୍ଵର ଗ୍ରାମ ଉନ୍ନୟନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟଳୟରେ ଭିଜିଲାନ୍ସର ଚଢ଼ାଉ । ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନଭି ହରିହର ରାଓଙ୍କ କୁକୁଡ଼ା ପଦା ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢାଉ । ଏଥି ସହିତ ବ୍ରହ୍ମପୁର ଓ ଭୁବନେଶ୍ବରରେ ମଧ୍ୟ ଚଢାଉ ହେଉଥିବା ସୂଚନା ମିଳିଛି ।

ମୋଟ ୧୧ଟି ସ୍ଥାନରେ ଏକକାଳୀନ ରେଡ କରୁଛି ଭିଜିଲାନ୍ସ । ୧୧ ଜଣ ଡିଏସପି, ୭ ଜଣ ଇନସ୍ପେକ୍ଟର,୧୧ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ତ୍ୱରେ ଏହି ରେଡ୍‌ ହେଉଛି । ଏନେଇ ସ୍ୱତନ୍ତ୍ର ବିଚାରପତି ଏକ ସର୍ଚ୍ଚ ୱାରେଣ୍ଟ ଜାରି କରିଥିଲେ । ଭୁବନେଶ୍ୱର, ବାଲେଶ୍ୱର, ବ୍ରହ୍ମପୁର, କେନ୍ଦୁଝର ଏବ ଫୁଲବାଣୀର ୧୧ ଟି ସ୍ଥାନରେ ଏହି ରେଡ୍‌ ଜାରି ରହିଛି ।

ବ୍ରହ୍ମପୁରର ଭବିନିପୁର ସ୍ଥିତ ଦୁଇ ମହଲା କୋଠା, ଭୁବନେଶ୍ୱରର ପାତ୍ରପଡ଼ା ସ୍ଥିତ ଘର, ବ୍ରହ୍ମପୁରର କାମାପଲ୍ଲୀ ସ୍ଥିତ ସ୍ପେକ୍ଟମ ଗ୍ରୀନ୍‌ ଆପାର୍ଟମେଣ୍ଟର ଏକ ଫ୍ଲାଟ୍‌ , ଫୁଲବାଣୀ ସ୍ଥିତ ପୈତୃକ ଘର , ବାଲେଶ୍ୱରସ୍ଥିତ ଅଫିସ, ବାଲେଶ୍ୱରସ୍ଥିତ ସରକାରୀ ଆବାସ, କେନ୍ଦୁଝର ସ୍ଥିତ ଅଫିସ ଏବଂ କ୍ୱାର୍ଟର ସହ କେନ୍ଦୁଝରସ୍ଥିତ ସହଯୋଗୀଙ୍କ ଘରେ ଚଢାଉ କରିଛି ଟିମ୍‌ । ସେହିଭଳି ବ୍ରହ୍ମପୁର ତୁଳସୀ ନଗରରେ ଥିବା ସମ୍ପର୍କୀୟଙ୍କ ଘର ଏବଂ ଶାନ୍ତି ନଗରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଖୋଳତାଡ କରୁଛି ଭିଜିଲାନ୍ସ ।

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.