ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ସମ୍ପନ୍ନ ହେଲା ଶ୍ରୀଜିଉଙ୍କ ଅଧରପଣା ନୀତି; ପଣା ପାଇ ତୃପ୍ତ ହେଲେ ଚଣ୍ଡି ଚାମୁଣ୍ଡା

Published By : Bijay Swain | July 7, 2025 9:57 PM

ପୁରୀ: ରଥ ଉପରେ ସୋମବାର ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କର ଅଧରପଣା ନୀତି। ତୃପ୍ତ ହେଲେ ଚଣ୍ଡି ଚାମୁଣ୍ଡା। ରଥ ସହିତ ଥିବା ପାର୍ଶ୍ୱ ଦେବାଦେବୀ ଓ ଚଣ୍ଡି ଚାମୁଣ୍ଡାଙ୍କ ଆହାର ତୃପ୍ତି ପାଇଁ ଏହି ଅଧର ପଣା ଭୋଗ ଓ ହାଣ୍ତି ଭଙ୍ଗା ଯିବାର ପରମ୍ପରା ରହିଛି। ମଧ୍ୟାହ୍ନ ଧୂପ ପରେ ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି ଅଧର ପଣା ନୀତି। ଭକ୍ତଙ୍କ ଗହଣରେ ଏହି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। 

ଘୋଷଯାତ୍ରାର ଅନ୍ୟତମ ପ୍ରମୁଖ ଅଧରପଣା ନୀତି ରାତି ପ୍ରାୟ ୮ଟା ୩୦ରୁ ୯ଟା ଭିତରେ ସଂପନ୍ନ ହୋଇଛି। ଶ୍ରୀମନ୍ଦିର ସିଂହଦ୍ୱାରରେ ଥିବା ରଥାରୁଢ଼ ଶ୍ରୀଜୀଉଙ୍କ ତିନିରଥ ଉପରେ ଏହି ଅଧରପଣା ଭୋଗ ନୀତି କରାଯାଇଛି। ଶ୍ରୀଜୀଉ ମାନଙ୍କ ଅଧର ପର୍ଯ୍ୟନ୍ତ ଲମ୍ୱିଥିବା ମାଟି ହାଣ୍ତିର ବଡ଼ ଓଡ଼ିଆ ମଠ ଓ ରାଘବ ଦାସ ମଠ ସହ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ପଣାକୁ ଭୋଗ କରାଯାଇଛି। ପାଣିଆ ଆପଟ ସେବାୟତ ମାନେ ଛାଉଣୀ ମଠ କୂଅରୁ ପାଣି ଆଣିବା ପରେ ଛେନା, କଦଳୀ, କ୍ଷୀର, ଗୋଲମରିଚ, ସର, କର୍ପୂର ଓ ଜାଇଫଳ ଗୁଣ୍ତ ଇତ୍ୟାଦି ମିଶାଇ ମହାସୁଆର ସବୋୟତ ମାନେ ଏହାକୁ ପ୍ରସ୍ତୁତ କରିଛନ୍ତି। ପୂଜାପଣ୍ଡା ମାନେ ଏହି ପଣାକୁ ଶ୍ରଜୀଉ ମାନଙ୍କୁ ସମର୍ପଣ କରିବା ପରେ ହାଣ୍ତି ଗୁଡ଼ିକ ରଥ ଉପରେ ଭାଙ୍ଗିଛନ୍ତି।। 

ଏହି ଅଧରପଣା ଭୋଗ କରାଯାଇ ହାଣ୍ଡି ଗୁଡ଼ିକ ଭଙ୍ଗାଯିବାର ବିଶେଷ ମହତ୍ୱ ରହିଛି। ତିନି ରଥରେ ଥିବା ପାର୍ଶ୍ୱ ଦେବାଦେବୀ, ଚଣ୍ଡି ଚାମୁଣ୍ଡା, ଅଶରୀର ଆତ୍ମାର ଶାନ୍ତି ନିମିତ୍ତ ଏହି ପଣା ଭୋଗ କରାଯାଇଛି। ସେମାନେ ଏହି ପଣାକୁ ପ୍ରସାଦ ରୁପେ ପାଇ ତୃପ୍ତ ହେବାର ବିଶ୍ୱାସ ରହିଛି। ଆଜିର ଏହି ଅଧର ପଣା ନୀତି ମଧ୍ୟାହ୍ନ ଧୂପ ପରେ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ନୀତି ନିର୍ଘଣ୍ଟ ଅନୁଯାୟୀ ରାତି ୮ ଟା ସୁଦ୍ଧା ଅଧରପଣା ନୀତି ସମ୍ପନ୍ନ ହେବ ବୋଲି ନିର୍ଦ୍ଧାରଣ ହୋଇଥିଲେ ହେଁ ୯ଟାରେ ସଂପନ୍ନ ହୋଇଛି।

ତେବେ ଆଜିର ଏହି ନୀତି ଭକ୍ତଙ୍କ ଗହଣରେ ଅନୁଷ୍ଠିତ ହେବାକୁ ଥିବାରୁ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁଙ୍କ ଆଗମନ ଦୃଷ୍ଟିରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ଆଜିର ଏହି ଅଧରପଣା ନୀତି ସମ୍ପନ୍ନ ହେବା ପରେ ଆସନ୍ତାକାଲି ଶ୍ରୀଜୀଉ ମାନେ ବିଜେ କରିବେ ରତ୍ନ ସିଂହାସନକୁ ଅର୍ଥାତ୍ ନିଳାଦ୍ରୀ ବିଜେ ନୀତି। ଶେଷ ହେବ ଚଳିତ ବର୍ଷର ଘୋଷଯାତ୍ରା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.