ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

ଶିଶୁ କନ୍ୟାକୁ ଜନ୍ମ ଦେବା ପରେ ଚାଲିଗଲା ମା’ ର ଜୀବନ

ଫିରିଙ୍ଗିଆ ୩୦/୦୬ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି I ଜଣେ ଗର୍ଭବତୀ ମହିଳା ଏକ ଶିଶୁ କନ୍ୟାକୁ ଜନ୍ମ ଦେବା ପରେ ମୃତ୍ୟୁବାରଣ କରିଥିବା ଜଣାପଡିଛି I ତେବେ ମୃତ ମହିଳା ଜଣକ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ରମେଶ ପଟେଲଙ୍କ ସ୍ତ୍ରୀ ସୁମି ପାଟିଲ ବୋଲି ଜଣା ପଡିଛି I 

ସୂଚନା ଅନୁସାରେ ରବିବାର ସକାଳୁ ମହିଳାଙ୍କ ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା । ପରିବାର ଲୋକେ ପ୍ରଥମେ ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ପରେ ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା I ବାଲିଗୁଡାରେ ମହିଳା ଜଣକ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ I ବାଲିଗୁଡାରେ ଡାକ୍ତରଙ୍କ କହିବା ଅନୁସାରେ ରକ୍ତହୀନତା ଯୋଗୁଁ ଶିଶୁ କନ୍ୟାକୁ ଜନ୍ମ ଦେବା ପରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗରୁତର ହୋଇପଡିବାରୁ ଚିକିତ୍ସା ପାଇଁ ତାଙ୍କୁ ବାଲିଗୁଡ଼ାରୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ଏକ ଆମ୍ବୁଲାନ୍ସ ଯୋଗେ ନେବା ବାଟରେ ଫିରିଙ୍ଗିଆ ପାଖାପାଖି ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଆହୁରି ଗୁରୁତର ହୋଇଯାଇଥିଲା I ତାଙ୍କ ଅବସ୍ଥାକୁ ଦେଖି ବାଧ୍ୟ ହୋଇ ପରିବାର ଲୋକେ ଫିରିଙ୍ଗିଆ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ କିନ୍ତୁ ଚିକିତ୍ସିତ ଅବସ୍ଥାରେ ଫିରିଙ୍ଗିଆ ମେଡିକାଲରେ ତାଙ୍କର ମୃତ୍ୟୁ ହୋଇଥିଲା I 

ବର୍ତମାନ ନବଜାତ ଶିଶୁଟିର ସ୍ୱାସ୍ଥ୍ୟବସ୍ଥା ଠିକ ଥିବା ବେଳେ ଫୁଲବାଣୀ ମେଡିକାଲରେ ତାର ଚିକିତ୍ସା ଜାରି ରହିଥିବା ଜଣାପଡିଛି I ଅନ୍ୟପଟେ ଘଟଣା ସମ୍ପର୍କରେ ଖବର ପାଇ ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦେଶ କ୍ରମେ ଥାନାରେ କାର୍ଯ୍ୟରତ ଏଏସଆଇ ପ୍ରିୟରଞ୍ଜନ ନାଏକ ପହଂଚି ଘଟଣାକୁ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠେଇଛନ୍ତି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.