ପ୍ରମୂଖ ଖବର
  • ଫାଷ୍ଟ ପାସେଞ୍ଜର ଟ୍ରେନ୍‌ରେ ନିଆଁ
  • ||
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୨୩ରେ କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ ବୁଥରେ ସାନି ମତଦାନ

ଭୁବନେଶ୍ବର, ୨୧।୫ :  ରାଜ୍ୟର  କନ୍ଧମାଳ ଲୋକସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ୨ଟି ବୁଥରେ ସାନି ମତଦାନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ ବୋଲି ନିର୍ବାଚନ ଆୟୋଗ ନିର୍ଦେଶ ଦେଇଛନ୍ତି।  ୨୩ରେ କଣ୍ଟାମାଳ ବିଧାନସଭା  ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ବୁଥ ନଂ ୨୬ ଓ ବୁଥ ନଂ ୨୮ ରେ ପୁନଃ ମତଦାନ ଅନୁଷ୍ଠିତ ହେବ। ଉକ୍ତ ଦିନ ସକାଳ ୭ ଟା ରୁ ଅପରାହ୍ନ ୪ ଟା ଯାଏଁ ମତଦାନ ଚାଲିବ ।

କନ୍ଧମାଳ ଲୋକସଭା  ନିର୍ବାଚନ ମଣ୍ଡଳୀ ଏବଂ କଣ୍ଟାମାଲ ବିଧାନସଭା ନିର୍ବାଚନ ମଣ୍ଡଳୀର ସମସ୍ତ ପ୍ରାର୍ଥୀ ଓ ଉକ୍ତ ବୁଥର ସମସ୍ତ ମତଦାତାଙ୍କୁ ଅବଗତ କରାଇବା ନିମନ୍ତେ ବୌଦ୍ଧ ଓ କନ୍ଧମାଲ ଜିଲ୍ଲାର ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳମାନଙ୍କୁ   ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିର୍ଦେଶ ଦିଆଯାଇଛି। 

ଏଥିସହ ନିର୍ବାଚନ ଆୟୋଗ ଦିଲୀପ କୁମାର ମହାପାତ୍ରଙ୍କୁ  ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଲ ବିଧାନସଭା ନିବବାଚନ ମଣ୍ଡଲୀର ରିଟର୍ଣ୍ଣିଂ ଅଧିକାରୀ ରୂପେ ନିଯୁକ୍ତ କରିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.