ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ସରକାରୀ ବାସଭବନରେ କୃଷି ଉଦ୍ୟାନ ବିଭାଗ କର୍ମଚାରୀଙ୍କ ଆତ୍ମହତ୍ୟା

Published By : Prameya | December 1, 2024 1:27 PM

କନ୍ଧମାଳ, ୧।୧୨: ସରକାରୀ ବାସଭବନରେ ଦଉଡ଼ି ଦେଇ କର୍ମଚାରୀଙ୍କ ଆତ୍ମହତ୍ୟା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଫୁଲବାଣୀ କୃଷି ଉଦ୍ୟାନ ବିଭାଗରେ । ମୃତକ ଫୁଲବାଣୀ କୃଷି ଉଦ୍ୟାନ ବିଭାଗ କର୍ମଚାରୀ ବିଜୟ କୁମାର ନାୟକ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଫୁଲବାଣୀ ଟାଉନ୍ ଥାନା ପୁଲିସର ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ ‌କରିଛି । ସେପଟେ ବିଜୟଙ୍କ ଆତ୍ମହତ୍ୟା ଘଟଣାକୁ ସହଜରେ ବିଶ୍ୱାସ କରିପାରୁନାହାନ୍ତି ପରିବାର ଲୋକେ । ସେପଟେ ମୃତକଙ୍କ ପୁଅ ଆଣିଲେ ହତ୍ୟା ଅଭିଯୋଗ । 

ସୂଚନା ଅନୁସାରେ, ଶନିବାର ଅପରାହ୍ନରେ ମୃତକ ବିଜୟ କୁମାର ନାୟକ ନିଜ ଝିଅ ଓ ସ୍ତ୍ରୀଙ୍କ ସହ ଫୋନରେ କଥା ହେବା ସହ ପୁଅ ପାଖକୁ ଅନଲାଇନରେ ଦୁଇ ହଜାର ଟଙ୍କା ପଠାଇଥିଲେ । ଏଥିସହିତ ସେ ରାତିରେ ବସରେ ଭୁବନେଶ୍ୱର ଯିବେ ଏବଂ ସେଠାରୁ ଭଦ୍ରକ ନିଜ ଗାଁକୁ ଯିବେ ବୋଲି ସ୍ତ୍ରୀଙ୍କୁ କହିଥିଲେ । କିନ୍ତୁ, ଅପରାହ୍ନ ୪ଟା ୧୫ ମିନିଟ୍ ସମୟରେ ବିଜୟ ନିଜ ସରକାରୀ ବାସ ଭବନରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଖବର ସ୍ତ୍ରୀ ବାସନ୍ତୀ ନାୟକଙ୍କୁ ଜଣାଇଥିଲେ ଉଦ୍ୟାନ କୃଷି ନିର୍ଦ୍ଦେଶକ । ରବିବାର ପରିବାର ଲୋକେ ଫୁଲବାଣୀ ପହଞ୍ଚିବା ପରେ ପୋଲିସ୍ ଶବକୁ ଉଦ୍ଧାର କରି ବ୍ୟବଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଅନ୍ୟପଟେ ପାରିବାର ପକ୍ଷରୁ ହୋଇଥିବା ଅଭିଯୋଗକୁ ଭିତ୍ତି କରି ଅଧିକ ତଦନ୍ତ ଚଳାଇଛି ଟାଉନ ପୋଲିସ୍ । 

 

 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.