ପ୍ରମୂଖ ଖବର
  • ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ , ୩ ଦିନ ପୂର୍ବରୁ କ୍ୟାବିନେଟରେ ସମସ୍ତ ପ୍ରସ୍ତାବ ହେବ ଚୂଡ଼ାନ୍ତ
  • ||
  • Operation sindoor; 'ଲୁଚିବାକୁ ମିଳିବନି ଜାଗା...ପାକିସ୍ତାନକୁ ଗାତ ଖୋଳିବାକୁ ହେବ' ଭାରତୀୟ ସେନାର ଟଫ୍ ଅଫିସରଙ୍କ ଚେତାବନୀ
  • ||
  • ଖୁବ୍‌ଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ୨ ରେଜଲ୍ଟ୍, ବଢ଼ିବ ଯୁକ୍ତ ୩ ନାମଲେଖା ଆବେଦନ ଅବଧି
  • ||
  • କଡ଼ ଲେଉଟାଇଲାଣି କରୋନା; ମୁମ୍ୱାଇରେ ୫୩ ପିଜିଟିଭି, ୨ ମୃତ
  • ||
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ଏହି ମଇଦାନରେ ଖେଳାଯିବ ଆଇପିଏଲ୍‌ ୨୦୨୫ର ଫାଇନାଲ ମ୍ୟାଚ୍‌; ପ୍ଲେଅଫ୍ ସ୍ଥାନ ଘୋଷଣା କଲା ବିସିସିଆଇ

Published By : Prameya | May 20, 2025 6:39 PM

ନୂଆଦିଲ୍ଲୀ,୨୦/୦୫: ଆଇପିଏଲ ୨୦୨୫ର ଫାଇନାଲ ମ୍ୟାଚ୍ ଜୁନ୍ ୩ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ମଙ୍ଗଳବାର ଦିନ ଏକ ଲମ୍ବା ବୈଠକ ପରେ ବିସିସିଆଇ ଏହି ନିଷ୍ପତ୍ତି ନେଇଛି। ଆଇପିଏଲ୍‌ର ପ୍ରଥମ କ୍ୱାଲିଫାୟର ମ୍ୟାଚ୍ ଜୁନ୍‌ ୧ ତାରିଖରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ।

କ୍ୱାଲିଫାୟର-୧ ଏବଂ ଏଲିମିନେଟର ମ୍ୟାଚ୍ ବିଷୟରେ ମଧ୍ୟ ଅପଡେଟ୍:

ଆଇପିଏଲ ୨୦୨୫ର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ ମେ' ୨୯ ତାରିଖରେ ଖେଳାଯିବ। ଏହି ମ୍ୟାଚ୍ ନ୍ୟୁ ଚଣ୍ଡିଗଡ଼ର ମୁଲ୍ଲାନପୁରରେ ଖେଳାଯାଇପାରେ। ଏହା ବ୍ୟତୀତ, ମେ' ୩୦ ତାରିଖରେ ଖେଳାଯିବାକୁ ଥିବା ଏଲିମିନେଟର ମ୍ୟାଚ୍ ମଧ୍ୟ ନ୍ୟୁ ଚଣ୍ଡିଗଡ଼ର ମୁଲ୍ଲାନପୁରରେ ଆୟୋଜିତ ହୋଇପାରେ। କ୍ରିକବଜ୍ ରିପୋର୍ଟରେ ଏହି ସୂଚନା ଦିଆଯାଇଛି। ଆଇପିଏଲ କିମ୍ବା ବିସିସିଆଇ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ଘୋଷଣା କରିନାହାଁନ୍ତି। କୁହାଯାଉଛି ଯେ ଦେଶରେ ଧୀରେ ଧୀରେ ବର୍ଷା ଋତୁ ଆରମ୍ଭ ହେଉଥିବାରୁ ବିସିସିଆଇ ପାଗକୁ ଧ୍ୟାନରେ ରଖି ଏହି ସ୍ଥାନଗୁଡ଼ିକୁ ଚୟନ କରିଛି। ଏହି କାରଣରୁ ଅହମ୍ମଦାବାଦକୁ ଫାଇନାଲ ପାଇଁ ଚୟନ କରାଯାଇଛି।

ପ୍ଳେ ଅଫ୍‌କୁ ଏହି ତିନୋଟି ଦଳ ହୋଇସାରିଛନ୍ତି ଉତିର୍ଣ୍ଣ: 

ସୂଚନାଥାଉକି, ପର୍ଯ୍ୟନ୍ତ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି), ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ପ୍ଲେଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହା ମଧ୍ୟ ନିଶ୍ଚିତ ହୋଇଛି ଯେ ଦିଲ୍ଲୀ କ୍ୟାପିଟାଲ୍ସ କିମ୍ବା ମୁମ୍ବାଇ ଇଣ୍ଡିଆନ୍ସ ଚତୁର୍ଥ ଦଳ ହୋଇପାରନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ), ରାଜସ୍ଥାନ ରୟାଲ୍ସ (ଆରଆର), ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍), ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି) ଏବଂ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ପ୍ଲେଅଫ୍ ଦୌଡ଼ରୁ ବାଦ ପଡ଼ିଛନ୍ତି।

ପୂର୍ବରୁ ଫାଇନାଲ ମ୍ୟାଚ୍‌ ପାଇଁ ଧାର୍ଯ୍ୟ ହୋଇଥିଲା ମେ'୨୫ ତାରିଖ: 

ପୂର୍ବରୁ ଖବର ଆସିଥିଲା ଯେ ଆଇପିଏଲ୍‌ ୨୦୨୫ର ଫାଇନାଲ୍ କୋଲକାତାର ଇଡେନ୍ ଗାର୍ଡେନରେ ଖେଳାଯିବ, କିନ୍ତୁ ଭାରତ-ପାକିସ୍ତାନ ଉତ୍ତେଜନା ଯୋଗୁଁ, ଆପିଏଲ୍‌କୁ ପ୍ରାୟ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ ରଖାଯାଇଥିଲା। ଏହି କାରଣରୁ, ଚଳିତ ଫାଇନାଲକୁ ମେ' ୨୫ ତାରିଖରୁ ଜୁନ ୩ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏବେ ଏହା ନିଶ୍ଚିତ ହୋଇଛି ଯେ ଚଳିତ ଆଇପିଏଲ୍‌ର ଫାଇନାଲ୍ ଜୁନ୍ ୩ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.