ପ୍ରମୂଖ ଖବର
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

Published By : Prameya | June 15, 2025 9:56 AM

ବ୍ରହ୍ମଗିରି, ୧୫/୦୬: ଶ୍ରୀଅଲାରନାଥ ପୀଠରେ ଅଣସର ଦର୍ଶନର ଚତୁର୍ଥ ଦିନ । ଭୋର୍‌ ୪ଟାରୁ ମନ୍ଦିର ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ଅବକାଶ,  ଅଣସର ବେଶ, ଚନ୍ଦନ ତୁଳସୀ ଲାଗି, ବହ୍ଲଭ ଓ ସର୍ବସାଧାରଣ ଦର୍ଶନ ଚାଲିଛି। ଅଲାରପୁର ଗାଁ ଭିତରୁ ପୀଠ ପର୍ଯ୍ୟନ୍ତ ଲମ୍ବାଧାଡ଼ି ଆସି ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ରଜ ସଂକ୍ରାନ୍ତି ଥିବାରୁ ପୀଠରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଭକ୍ତ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। 

ଶନିବାର ତୃତୀୟ ଦିନ ବି ଶାନ୍ତି ଶୃଙ୍ଖଳାରେ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ। ଏକସଙ୍ଗେ ରଜ ଓ  ଅଣସର ଦର୍ଶନ ପଡ଼ିଥିବାରୁ ଦ୍ୱିପ୍ରହରରେ ଆନନ୍ଦ ବଜାରରେ ପ୍ରବଳ  ଗହଳି ଦେଖିବାକୁ ମିଳିଥିଲା । ସକାଳୁ ରାତି ପର୍ଯ୍ୟନ୍ତ  ଭିଡ଼ ଜମିଥିଲା । ବିଶେଷ କରି ମଧ୍ୟାହ୍ନ ଧୂପ ପରେ ଭକ୍ତଙ୍କ ଗହଳି ବଢ଼ିଥିଲା । ପାଖାପାଖି ୪୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଅନୁମାନ କରାଯାଉଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.