ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ମାର୍ଚ୍ଚରେ କଳିଙ୍ଗ ଷ୍ଟାଡିୟମରେ ହେବ ସର୍ବ ଭାରତୀୟ ହକି ଚାମ୍ପିୟନସିପ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଡିଜିପିଙ୍କ ସମୀକ୍ଷା ବୈଠକ

Published By : Prameya | December 9, 2024 6:20 PM

ଭୁବନେଶ୍ବର, ୯।୧୨ : ଆସନ୍ତା ମାର୍ଚ୍ଚ ମାସରେ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ -୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଚାମ୍ପିୟନସିପକୁ ଶୃଙ୍ଖଳିତ, ସୁପରିଚାଳନା ସମେତ ବ୍ୟାପକ ବନ୍ଦୋବସ୍ତର ଆୟୋଜନ ସଂକ୍ରାନ୍ତରେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଚାମ୍ପିୟନସିପରେ ଦେଶର ୨୭ଟି ପୁରୁଷ ଏବଂ ୧୦ଟି ମହିଳା ଟିମ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଖେଳାଳିଙ୍କ ରହିବା ସ୍ଥାନ, ନିୟମିତ ଅଭ୍ୟାସ, ଅତିଥିଙ୍କୁ ସ୍ୱାଗତ, ଉଦଘାଟନ ଓ ଉଦଯାପନୀ ସମାରୋହକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବାକୁ ଡିଜିପି ବୈଠକରେ ଉପସ୍ଥିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖେଳାଳିମାନେ କଳିଙ୍ଗ ଷ୍ଟାଡିୟମ ସମେତ ପୋଖରୀପୁଟ ଓ କିଟ କ୍ୟାମ୍ପସ ଗ୍ରାଉଣ୍ଡରେ ଅଭ୍ୟାସ କରିବେ। ଏଥି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଏହି ଚାମ୍ପିୟନସିପରେ ବହୁ ଅନ୍ତର୍ଜାତୀୟ ହକି ଖେଳାଳିଙ୍କ ସମେତ ଭିଭିଆଇପି ଏବଂ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ବିଶେଷ ଯୋଗ ଦେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଖେଳାଳିଙ୍କୁ ଆନୁସଙ୍ଗିକ ସୁବିଧା ସୁଯୋଗ ଯୋଗାଇ ଦେବା ଉପରେ ଡିଜିପି ବୈଠକରେ ଗୁରୁତ୍ୱାରୋପ କରିଥିଲେ।

ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ଏସ. କେ. ପ୍ରିୟଦର୍ଶୀ, ନିର୍ଦେଶକ (ଏସସିଆରବି ଏବଂ ଏସଏଫଏସଏଲ) ଡ଼. ସନ୍ତୋଷ ବାଲା,  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର,  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର,  ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଅତିରିକ୍ତ ପୋଲିସ କମିଶନର (କଟକ-ଭୁବନେଶ୍ବର), ଡ଼. ଉମାଶଙ୍କର ଦାଶ, ଡି.ଆଇ.ଜି.ପି (ଅପରେସନ), ଅଖିଳେଶ୍ବର ସିଂ, ଡି.ଆଇ.ଜି.ପି (ଏସଆଇଡବ୍ଲୁ), ଡ଼. କନୱର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ  ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.