ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ସେଲ୍ସମ୍ୟାନ ଗିରଫ

ଫିରିଙ୍ଗିଆ,୨୧/୬ :  ବିବାହର ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ସେଲ୍ସମ୍ୟାନ ଗିରଫ । ଏଭଳି ଏକ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ । ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ସ୍ଥାପନ କରି ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଦୁଷ୍କର୍ମ କରିବା ଓ ପରେ ଯୁବତୀ ଜଣକ ଗର୍ଭବତୀ ହେବା ଜାଣିବା ପରେ  ତାଙ୍କର ଜୋରଜବରଦସ୍ତ ଗର୍ଭ ନଷ୍ଟ କରିବା ଅଭିଯୋଗ ହୋଇଛି । ଫିରିଙ୍ଗିଆ ବଜାରରେ ଥିବା ଅନଲାଇନ ମାର୍କେଟିଂର ଜଣେ ସେଲ୍ସମ୍ୟାନକୁ ପୋଲିସ ଏହି ଘଟଣାରେ ଗିରଫ କରି କୋର୍ଟ ଚାଲାଣ କରିଛି  I ଗିରଫ ଯୁବକ ଜଣକ ଫିରିଙ୍ଗିଆ ଥାନା ପବିଙ୍ଗିଆ ଗାଁର ସାନପୁଅ ପ୍ରିୟରଂଜନ ଦିଗାଲ ବୋଲି ଜଣାପଡ଼ିଛି I 

ପୋଲିସର ସୂଚନା ଅନୁସାରେ ଯୁବକ ଜଣକ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଜନୈକ ଯୁବତୀଙ୍କୁ ଦୀର୍ଘ ପାଞ୍ଚ ବର୍ଷ ହେବ ଭଲପାଇବା ପରେ ତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ । ଯୁବତୀ ଜଣକ ଗର୍ଭବତୀ ହେବା ପରେ ଜୋରଜବରଦସ୍ତ ତାଙ୍କର ଗର୍ଭ ନଷ୍ଟ କରିଥିଲେ I ପରେ ଯୁବତୀ ଜଣକ ଯୁବକଙ୍କ ସହ ବିବାହ କରିବା ପାଇଁ କହିବାରୁ ଯୁବକ ଜଣକ ଯୁବତୀଙ୍କୁ ବିବାହ କରିବା ପାଇଁ ମନା କରିଦେଇଥିଲେ I ପରେ ସମ୍ପୃକ୍ତ ଯୁବତୀ ଜଣକ ଯୁବକଙ୍କ ନାଁରେ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ I ଅଭିଯୋଗ ପରେ ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦେଶ କ୍ରମେ ଥାନାରେ କାର୍ଯ୍ୟରତ ଅତିରିକ୍ତ ଥାନା ଅଧିକାରୀ ଅଜୟ ସାହୁ ଏ ନେଇ ଥାନାରେ କେଶ ନଂ ୧୩୮/୨୪ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚାଲିଥିଲା । ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିବା ସହ ଶୁକ୍ରବାର କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛନ୍ତି ଥାନା ଅଧିକାରୀ ଗୋପୀନାଥ ପ୍ରଧାନ I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.